୩୦ ଜିଲ୍ଲା ଲାଗି ବିଜେଡିର ନୂଆ ପର୍ଯ୍ୟବେକ୍ଷକ

ଭୁବନେଶ୍ବର,୨୬/୬୯ଏସଏସନିୟୁଜ)ଆଗକୁ ଆସୁଛି ପଂଚାୟତ ନିର୍ବାଚନ ।ଏଥିପାଇଁ ପଞ୍ଚାୟତ ନିର୍ବାଚନକୁ ଫୋକସରେ ରଖିଛି ବିଜେଡି । ଆସନ୍ତା ପଞ୍ଚାୟତ ନିର୍ବାଚନ ପୂର୍ବରୁ ୩୦ ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ  ନିଯୁକ୍ତ ଦେଇଛି । ବିକ୍ରମ ଆରୁଖ, ଦେବୀ ମିଶ୍ର, ନିରଞ୍ଜନ ପୂଜାରୀ, ସୌମ୍ୟ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ, ମହେଶ୍ୱର ମହାନ୍ତି ବରିଷ୍ଠ ପର୍ଯ୍ୟବେକ୍ଷକ  ଭାବେ ନିଯୁକ୍ତ ହୋଇଛନ୍ତି ।ସେହିଭଳିଭାବେ ବଲାଙ୍ଗିର ଓ ଦେବଗଡ଼ ପାଇଁ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହ ଅନୁଗୁଳ- ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର- ପ୍ରତାପ କେଶରୀ ଦେବ, ବରଗଡ଼ – ସୁଧିର କୁମାର ସାମଲ, ଭଦ୍ରକ- ପ୍ରଣବ ବଳବନ୍ତରାୟ, ବୌଦ୍ଧ-ସୌଭାଗ୍ୟ ନାୟକ, କଟକ-ଉଷା ଦେବୀ, ଢେଙ୍କାନାଳ-ବିଜୟ ନାୟକ, ଗଜପତି – ଅତନୁ ସବ୍ୟସାଚୀ ନାୟକ, ଗଞ୍ଜାମ-ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର-ସମୀର ରଞ୍ଜନ ଦାସ, ଯାଜପୁର-ଅଶୋକ ଚନ୍ଦ୍ର ପଣ୍ଡା, ଝାରସୁଗୁଡ଼ା- ସୁବାସ ସିଂହ, କଳାହାଣ୍ଡି -ନବ କିଶୋର ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦ୍ରାପଡ଼ା- ଦେବାଶିଷ ସାମନ୍ତରାୟ, କେନ୍ଦୁଝର-ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା-ପ୍ରମିଳା ମଲ୍ଳିକ, କୋରାପୁଟ-ଚନ୍ଦ୍ର ସାରଥି ବେହେରା, ମୟୂରଭଞ୍ଜ -ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର-ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ମନାଭ ବେହେରା. ନୂଆପଡ଼ା-ଦିବ୍ୟଶଙ୍କର ମିଶ୍ର. ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା-ଅତନୁ ସବ୍ୟସାଚୀ ନାୟକ, ସମ୍ୱଲପୁର-ନଳନୀକାନ୍ତ ପ୍ରଧାନ, ସୁବର୍ଣ୍ଣପୁର-ପ୍ରଦୀପ କୁମାର ଅମାତ, ସୁନ୍ଦରଗଡ଼- ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଦାୟିତ୍ୱ ଦିଆଯାଇଛି ।

- Advertisement -

Leave A Reply

Your email address will not be published.