୨୦୨୫ମାର୍ଚ୍ଚ ୨୭,ଗୁରୁବାର,ଚୈତ୍ରମାସ- କୃଷ୍ଣପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୧/୧୨ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ଶତଭିଷା ରାତ୍ରି ଘ୦୧/୧୩ ଗତେ ପୂର୍ବଭାଦ୍ର,ସୁର୍ୟୋଦୟ-ପ୍ରାତଃ ଘ୦୫/୪୯/୫୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୬/୫୫,ଯୋଗିନୀଦକ୍ଷିଣେ ରାତ୍ରିଘ ୧୧/୧୨ଗତେ ପଶ୍ଚିମେ,ମିଥୁନ ଓ ମୀନରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭରାଶିର ଘାତବାର ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ରାତ୍ରି ଘ୧୧/୧୩ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା – ଦିବା ଘ୦୨/୫୪ଗତେ ଘ୦୫/୫୮ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୦୧/୦୯ ଗତେ ଘ୦୩/୦୪ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୭/୨୩ ମଧ୍ୟେ ଓ ରାତ୍ରି ଘ୧୦/୧୪ ଗତେ ଘ୧୨/୫୮ ମଧ୍ୟେ,ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ।
ମେଷ:- ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ:- ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ:-ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ ।ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ ।ସେମାନଙ୍କ ସାହାଯ୍ୟ ଏବଂ ଭଲପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ:- ଆଜି ଆପଣ କୌଣସିସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବାସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାରବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସିହେବେ ଯେ ଆପଣଙ୍କୁ ସାହାଯ୍ୟ କରିବାପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ:- ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବାପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହବଳରେ ଆପଣଙ୍କ ଦିନକୁ ସେମାନେ ବହୁତସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେକରିବେ ।
କନ୍ୟା:-ଆପଣ ଯେଉଁଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରିପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟାକି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
ତୁଳା:-ଆଜି ଆପଣଙ୍କମନ କରିବଯେ ,ଆପଣ ଆପଣଙ୍କ ସବୁକାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦରଖାଦ୍ୟ ଓ ପୁରାତନ ଘନିଷ୍ଠବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
ବିଛା :- ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ ।ଏଥିରେ ଆପଣଙ୍କୁ ବହୁତ ଆନନ୍ଦମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନୁ:-ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି ।କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ମକର:-ଏହି ସମୟ ନିଜ ସାଙ୍ଗସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁନାହିଁ ।ବୋଧହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି ।ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନର କାର୍ଯହେବ।
କୁମ୍ଭ:-ଅନ୍ୟଲୋକ ଆପଣଙ୍କଦୟାକୁ ଭୂଲବାଟରେ ନେବାପାଇଁ ଚ଼େଷ୍ଟା କରିବେ ।ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତାଠାରୁ ଅଧିକ ଦୟାକରିବା ମଧ୍ୟ ଠିକନୁହେଁ ।
ମୀନ :-ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହିସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ ।ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱଦେବା ଉଚ଼ିତ୍ ହେବ ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post