ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ପୂଜାରେ ହେବନାହିଁ ଗ୍ରାଉଣ୍ଡରେଣ୍ଟ ଆଦାୟ

0 200

ଭୁବନେଶ୍ୱର,୮।୧୦(ଏସଏସନିଉଜ)ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।ବିଭିନ୍ନ ପୂଜାସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣ ଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।ଏହାଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜାଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡରେଣ୍ଟ ଆଦାୟ କରାଯିବ ନାହିଁ ।ଚଳିତବର୍ଷ ଆଗାମୀଦିନରେ ଦୂର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଓ କାର୍ତ୍ତିକେଶ୍ୱରପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାରଅଛି। ଏସବୁ ପୂଜାପାଇଁ କୌଣସି ଗ୍ରାଉଣ୍ଡରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

Leave A Reply

Your email address will not be published.