ନୂଆ ବାଚସ୍ପତି ହେଲେ ସୁରମାପାଢ଼ୀ

0 51

ଭୁବନେଶ୍ୱର,୨୦।୬(ଏସଏସନିଉଜ) ଓଡ଼ିଶାର ସପ୍ତଦଶ ବିଧାନସଭାର ନୂଆବାଚସ୍ପତି ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନଚରଣମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆପଣ ଏହି ଦାୟିତ୍ୱ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗାରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍‌ ଭାବରେ ପରିଚାଳନା କରିବେ। ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହର ସମସ୍ତ ସଦସ୍ୟା ଓ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଥିଲେ।

Leave A Reply

Your email address will not be published.