ଆଜିର ରାଶିଫଳ

0 47

ଅକ୍ଟୋବରମାସ ୧୧ତାରିଖ ୨୦୨୪ମସିହା(ଶୁକ୍ରବାର)ଆଶ୍ୱିନମାସ- ଶୁକ୍ଳପକ୍ଷ ,ତିଥି- ଅଷ୍ଟମୀ ଦିବା ଘ୧୨/୦୮ ଗତେ ନବମୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/୨୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୪/୦୬ ,ଯୋଗିନୀ ଐଶାନ୍ୟେ ଦିବା ଘ ୧୨/୦୮ ଗତେ ପୂର୍ବେ , ଅଷ୍ଟମୀର ଏକୋଦିଷ୍ଟ ଓ ନବମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ସିଂହରାଶିର ଘାତଚନ୍ଦ୍ର ,ବିଛା, ଧନୁ ଓ ମୀନରାଶିର ଘାତବାର ,ପୀଠେ ମହାନବମୀ ଓ ମୃଣ୍ମୟୀ ଦେବୀଙ୍କ ଅଷ୍ଟମୀପୂଜା ଓ ସନ୍ଧିପୂଜା ,କାଳବେଳା ଓ ବାରବେଳା – ଦିବା ଘ୦୮/୩୮ଗତେ ଘ୧୧/୩୨ ମଧ୍ୟେବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୩୪ ମଧ୍ୟେ ଓ ଘ୦୭/୨୨ଗତେ ଘ୦୮/୩୭ ମଧ୍ୟେ ଓ ଘ୧୨/୦୯ ଗତେ ଘ୦୩/୨୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି ,ଅଦ୍ୟ ନଡ଼ିଆ ଦିବା ଘ ୧୨/୦୮ଗତେ ଲାଉଭକ୍ଷଣ ନିଷେଧ
ମେଷ:-ବହୁଦିନର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
ବୃଷ:-କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।
ମିଥୁନ:-ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
କର୍କଟ:-ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।
ସିଂହ;-କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।
କନ୍ୟା:-ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।
ତୁଳା:-କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
ବିଛା:-ବନ୍ଧୁଙ୍କ ସାହାଯ୍ୟପାଇ ଉତ୍ଫୁ ଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।
ଧନୁ;- ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।
ମକର:-ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
କୁମ୍ଭ:-କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହିଥିଲେ ବି ବହୁ ଶୁଭଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
ମୀନ:-ଏପରି କାର୍ଯ୍ୟ ନକରନ୍ତୁ; ଯୋଉଁଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

ଶାରଦୀୟ ନବରାତ୍ରି ୯ଦିନରେ ମା’ ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା ଆରାଧନା କରାଯାଏ। ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ।ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ନବରାତ୍ରର ତୃତିୟ ଦିବସରେ ମାତା ଚନ୍ଦ୍ରଘଣ୍ଟାର ଉଗ୍ରରୂ ଦେଖିବାକୁ ମିଳିଥାଏ ।କୁଷ୍ମାଣ୍ଡା ରୁପରେ ମା ନବରାତ୍ରର ଚତୁର୍ଥସ୍ୱରୁପ ହୋଇଥାଏ ।ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ସ୍କନ୍ଧମାତାସ୍ୱରୂପରେ ଉପାସନା କରାଯାଏ।ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ କାତ୍ୟାୟନୀ ସ୍ୱରୂପରେ ଉପାସନା କରାଯାଏ।ନବରାତ୍ର ସପ୍ତମଦିବସରେ ଦେବୀଙ୍କୁ କାଳରାତ୍ରୀସ୍ୱରୂପରେ ଉପାସନାକରାଯାଏ।
ମହାଗୌରୀ:-ନବରାତ୍ର ଅଷ୍ଟମଦିବସରେ ଦେବୀଙ୍କୁ ଏହିସ୍ୱରୂପରେ ଉପାସନା କରାଯାଏ।ଏହା ଦେବୀଙ୍କ ସୌମ୍ୟରୂପ। ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି।୤!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.