ଆଜିର ରାଶିଫଳ

0 44

ଅକ୍ଟୋବରମାସ ୨୩ତାରିଖ ୨୦୨୪ମସିହା(ବୁଧବାର)କାର୍ତ୍ତିକମାସ- କୃଷ୍ଣପକ୍ଷ ,ତିଥି- ସପ୍ତମୀ ରାତ୍ରି ଘ ୦୧/୧୭ ଗତେ ଅଷ୍ଟମୀ ,ନକ୍ଷତ୍ର- ଆର୍ଦ୍ରା ଦିବା ଘ୦୬/୧୪ ଗତେ ପୁନର୍ବସୁ ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୮/୫୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୫/୨୬ ,ଯୋଗିନୀ ବାୟବ୍ୟେ ରାତ୍ରି ଘ ୦୧/୧୮ ଗତେ ଐଶାନ୍ୟେ ,ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,କନ୍ୟା ରାଶିର ଘାତଚନ୍ଦ୍ର ,କର୍କଟ ରାଶି ର ଘାତବାର ,କାଳବେଳା -ଦିବା ଘ୦୮/୪୧ ଗତେ ଘ୧୦/୦୮ ମଧ୍ୟେ ,ବାରବେଳା – ଦିବା ଘ୦୧/୩୩ ଗତେ ଘ ୦୧/୦୦ମଧ୍ୟେ ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୮ ମଧ୍ୟେ ଓ ଘ ୦୭/୨୫ ଗତେ ଘ୦୮/୧୩ ମଧ୍ୟେ ଓ ରାତ୍ରି ଘ ୦୬/୦୦ ଗତେ ଘ୦୬/୪୮ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ ୦୬/୩୯ ଗତେ ର ଘ୦୭/୨୪ ମଧ୍ୟେ ଓ ଘ ୦୧/୨୫ ଗତେ ର ଘ୦୪/୧୪ ମଧ୍ୟେ ,ଅଦ୍ୟ ତାଳ ଭକ୍ଷଣ ନିଷେଧ
ମେଷ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷ:-ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ:-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ:-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା:-ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା:-ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା:-କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ:-ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର:-ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭ:-ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ:-କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।
!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.