ଆଜିର ରାଶିଫଳ

0 50

ନଭେମ୍ବରମାସ ୧୨ତାରିଖ ୨୦୨୪ମସିହା (ମଙ୍ଗଳବାର)କାର୍ତ୍ତିକମାସ- ଶୁକ୍ଳପକ୍ଷ,ତିଥି- ଏକାଦଶୀ ଦିବା ଘ ୦୩/୫୬ ଗତେ ଦ୍ୱାଦଶୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୫୮ /୧୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/ ୦୫/୩୬ ,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୩/୫୬ଗତେ ନୈରୁତେ, ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ଦ୍ୱାଦଶୀର ପାର୍ବଣଶ୍ରାଦ୍ଧ,ଧନୁରାଶିର ଘାତଚନ୍ଦ୍ର, ମକରରାଶିର ଘାତବାର,କାଳବେଳା -ଦିବା ଘ୧୨/୫୪ ଗତେ ଘ୦୨/୧୮ମଧ୍ୟେ,ବାରବେଳା – ଦିବା ଘ୦୭/୨୦ ଗତେ ଘ୦୮/୪୪ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୬/୪୭ ମଧ୍ୟେ ଓ ଘ୦୮/୪୬ ଗତେ ଘ ୧୧/୩୫ ମଧ୍ୟେ ଓ ରାତ୍ରି ଘ୦୭/୨୫ଗତେ ଘ୦୮/୧୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ସନ୍ଧ୍ୟା ଘ୦୫/୪୪ଗତେ ରାତ୍ରି ଘ୦୭/୨୪ ମଧ୍ୟେ,ଅଦ୍ୟ ଶିମ୍ବ ଦିବା ଘ୦୩/୫୬ ଗତେ ପୋଇ ଭକ୍ଷଣ ନିଷେଧ।
ମେଷ:-ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି ।ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ ।ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ ।ଭ୍ରମଣ ସମୟରେ ନିଜର ମୁଲ୍ୟବାନଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
ବୃଷ :-ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ ।ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତାକରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
ମିଥୁନ :-ଆଜି ଆପଣ କୌଣସିପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ ,କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧାହୋଇପାରେ ।ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷାକରିବାକୁ ଆଜି ସଫଳ ହେବେ।
କର୍କଟ :-ଆଜି ଆପଣ କୌଣସିଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ ।ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲାହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତଖୁସି କରିବାର ଦିନ ।
ସିଂହ:-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବନାହିଁ ।ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲ ରହିବ ନାହିଁ।
କନ୍ୟା:-ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ ।ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତଖୁସି ମିଳିବ ।
ତୁଳା:-ଆଜି ଆପଣଙ୍କୁ ନିଜର ଚ଼େଷ୍ଟାରଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି ।ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସିଜୀବନର ମଜା ନିଅନ୍ତୁ ।
ବିଛା:-ବ୍ୟସ୍ତହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ ।ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି ।ବ୍ୟସ୍ତ ହୁଅନ୍ତୁନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
ଧନୁ:-ଆଜି ଆପଣଙ୍କଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
ମକର :-ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନକରିବେ ।ଆପଣଙ୍କର ଏହି ଆସାଧାରଣ କ୍ଷମତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
କୁମ୍ଭ:-ସାମାନ୍ୟ ବିବ୍ରତ ରହିବେ ।ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ ।ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ:-ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି ।ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ ।ଆଜି ଆପଣ ଯେତେ ବ୍ୟସ୍ତ ରହିଲେମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେନାହିଁ ।
!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.