ଆଜିର ରାଶିଫଳ

ଘରେ ସତ କଇଁଛ ବା କଇଁଛର ପ୍ରତୀମା ରଖୁଛନ୍ତିକି ....

ଡିସେମ୍ବରମାସ ୧୦ତାରିଖ ୨୦୨୪ମସିହା(ମଙ୍ଗଳବାର)ମାର୍ଗଶୀରମାସ- ଶୁକ୍ଳପକ୍ଷ ,ତିଥି- ଦଶମୀ ଦିବାଘ ୦୩/୩୦ ଗତେ ଏକାଦଶୀ ,ନକ୍ଷତ୍ର- ଉତ୍ତର ଭାଦ୍ର ଦିବା ଘ୦୧/୫୬ଗତେ ରେବତୀ ,ସୁର୍ୟୋଦୟ-ପ୍ରାତଃ ଘ୦୬/୧୪/୫୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୦୪/୩୩ ,ଯୋଗିନୀ ନୈରୁତେ ରାତ୍ରି ଘ୦୩/୩୦ ଗତେ ଅଗ୍ନିକୋଣେ.ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ଧନୁରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,କାଳବେଳା -ଦିବା ଘ୦୧/୦୧ ଗତେ ଘ୦୨/୨୩ମଧ୍ୟେ ,ବାରବେଳା – ଦିବା ଘ୦୭/୩୫ଗତେ ଘ୦୮/୫୮ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୫ ମଧ୍ୟେ ଓ ଘ୦୮/୫୯ ଗତେଘ୧୧/୩୨ ମଧ୍ୟେ ଓ ରାତ୍ରି ଘ୦୭/୩୮ଗତେ ଘ୦୮/୧୭ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୦୫/୦୬ଗତେ ଘ୦୭/୨୭ ମଧ୍ୟେ ,ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ
ମେଷ:-ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ:-ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।
ମିଥୁନ:-ଆଜି ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତା ସହିତ କଟିବ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
କର୍କଟ:-ଆଜି ବ୍ୟାପାରରେ ଲାଭ ହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କଠାରୁ ଲାଭ ହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ବିବାହୋତ୍ସୁକମାନଙ୍କ ପାଇଁ ବିବାହର ଯୋଗ ଭଲ ଅଛି। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।
ସିଂହ:-ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ। ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ।ଆପଣଙ୍କ ଆତ୍ମବିଶ୍ଵାସରେ ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।
କନ୍ୟା:-ଆଜିର ଦିନ ବହୁତ ଶୁଭ ଅଟେ। ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦ ମିଳିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଭାଇ-ଭଉଣୀମାନଙ୍କ ଠାରୁ ଆର୍ଥିକ ଲାଭ ହେବ।ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।
ତୁଳା:-ଆଜି ଧାର୍ମିକ କାର୍ଯ୍ୟ ଏବଂ ଯାତ୍ରା ପାଇଁ ସମୟ ଅନୁକୂଳ ଅଟେ।ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂର ରୁହନ୍ତୁ। ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ।
ବିଚ୍ଛା:-ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନ ସ୍ଥଳକୁ ଯାତ୍ରା କରି ମନ ପ୍ରସନ୍ନ ହେବ। ସମାଜରେ ମାନ-ସମ୍ମାନ ମିଳିବ।ସାମାନ୍ୟ ଦୈନିକ କାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି।
ଧନୁ:-ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମକର:-ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନା ହେଉ, ଏହାର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ଅଧିକାରୀମାନଙ୍କର ଅସନ୍ତୋଷର ସାମନା କରିବାକୁ ପଡ଼ିପାରେ।
କୁମ୍ଭ:-ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ। ଆଜିର ଆୟୋଜିତ ପ୍ରତ୍ୟେକ କାର୍ଯ୍ୟ ଭଲ ଭାବରେ ସଂପନ୍ନ ହେବ। ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ।
ମୀନ:-ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିର ଦିନ ଅତି ଉତ୍ତମ ଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହେବ। ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତା କାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ।
ଘରେ ସତ କଇଁଛ ବା କଇଁଛର ପ୍ରତୀମା ରଖୁଛନ୍ତିକି ….

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ସତ କଇଁଛ ବା କଇଁଛର ପ୍ରତୀମା ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ମହାପ୍ରଭୂ ବିଷ୍ଣୁଙ୍କର ଦଶାବତାର ମଧ୍ୟରୁ କଚ୍ଛପ ବା କଇଁଛ ଅବତାର ହେଉଛି ଗୋଟିଏ। ତେଣୁ ଯେଉଁ ଘରେ କଇଁଛ ଅବା କଇଁଛର ପ୍ରତୀମା ଥାଏ ସେହି ଘର ଉପରେ ଭଗବାନ ବିଷ୍ଣୁ ଓ ମାତା ଲକ୍ଷ୍ମୀଙ୍କର କୃପା ଦୃଷ୍ଟି ରହିଥାଏ। ସତ କଇଁଛ ରଖିବା ଯେହେତୁ ସମସ୍ତଙ୍କ ପକ୍ଷେ ସମ୍ଭବ ନୁହେଁ, ତେଣୁ କଇଁଛ ପ୍ରତୀମା ଘରେ ରଖିଲେ କି କି ଶୁଭଫଳ ମିଳିଥାଏ, ଆଜି ଜାଣିବା ….
ଯେ କୌଣସି ଧାତୁର କଇଁଛ ପ୍ରତୀମା ହେଉନା କାହିଁକି ତାହାକୁ ଘରର ଉତ୍ତର ଦିଗ, ପୂର୍ବ ଦିଗ ଅଥବା ଉତ୍ତର ପୂର୍ବ କୋଣରେ ରଖିବା ଦରକାର। ସେହିପରି ତାକୁ ଏମିତି ରଖନ୍ତୁ, ଯେମିତି ତା’ର ମୁଖ ଉତ୍ତରପୂର୍ବ କୋଣ ଆଡକୁ ରହୁଥିବ। କିନ୍ତୁ କେବେ ବି କଇଁଛର ମୁଖ ସଦର ଦରଜା ଆଡ଼କୁ ରଖିବେ ନାହିଁ।
କଇଁଛ ପ୍ରତୀମାକୁ ସର୍ବଦା ଗୋଟିଏ ପାତ୍ରରେ କିଛି ଗଙ୍ଗାଜଳ ନେଇ ତା’ ଭିତରେ ଅଧା ପର୍ଯ୍ୟନ୍ତ ବୁଡେଇକି ରଖିନ୍ତୁ। ଆଉ ପ୍ରତିଦିନ ସେହି ପାଣିକୁ ବଦଳାନ୍ତୁ। ହେଲେ ଶୟନ କକ୍ଷରେ ରଖୁଥିବା କଇଁଛର ପ୍ରତୀମାକୁ କେବେ ବି ପାଣିରେ ବୁଡେଇକି ରଖିବେ ନାହିଁ। ବରଂ ତାହାକୁ ଶୁଖିଲା ରଖିବେ ଏବଂ ପ୍ରତିଦିନ ଶୁଖିଲା କପଡ଼ାରେ ପୋଛି ଦେଉଥିବେ। ଏପରି କଲେ ଘରେ ଧନବୃଦ୍ଧି ହେବା ସହ ଶାନ୍ତି ବଜାୟ ରହିଥାଏ।
କୁହାଯାଏ, ଘରେ କଇଁଛ ପ୍ରତୀମା ରଖିଲେ ଘରର ସଦସ୍ୟଙ୍କର ଆୟୂଷ ବୃଦ୍ଧି ହେବା ସଙ୍ଗେସଙ୍ଗେ ଐଶ୍ୱର୍ଯ୍ୟ ପ୍ରାପ୍ତ ହୋଇଥାଏ। ଅନ୍ୟପକ୍ଷେ ଯଦି କୌଣସି ମହିଳାଙ୍କର ପିଲାପିଲି ହେଉ ନ ଥାଏ, ତା’ହେଲେ ଘରେ କଇଁଛ ପିଠି ଉପରେ ଛୁଆ କଇଁଛ ବସିଥିବା ପ୍ରତୀମା ରଖନ୍ତୁ; ଯଦ୍ଦ୍ବାରା ଖୁବ୍‌ ଶୀଘ୍ର ତାଙ୍କୁ ଶୁଭଖବର ମିଳିଯିବ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗାମାୟା!!
(ବି:ଦ୍ର: ଉପର ଲିଖିତ ତଥ୍ୟ ସାଧାରଣ ସୂଚନା ଉପରେ ଆଧାରିତ)

 

- Advertisement -

Leave A Reply

Your email address will not be published.