ଭୁବନେଶ୍ୱର,୧୯।୧୨(ଏସଏସନିଉଜ)ଆସନ୍ତା ୩ଦିନ ପର୍ଯ୍ୟନ୍ତ ମେଘୁଆପାଗ ସହ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତା ଯୋଗୁଁ ୩ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଆସନ୍ତାକାଲି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଂଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
Prev Post
Next Post