ଆଜିର ରାଶିଫଳ

ଜାନୁଆରୀମାସ ୨୧ତାରିଖ ୨୦୨୫ମସିହା (ମଙ୍ଗଳବାର)ମାଘମାସ- କୃଷ୍ଣପକ୍ଷ,ତିଥି- ସପ୍ତମୀ ଦିବା ଘ୧୨/୩୮ଗତେ ଅଷ୍ଟମୀ,ନକ୍ଷତ୍ର- ଚିତ୍ରା ରାତ୍ରି ଘ୧୨/ ୧୫ ଗତେ ସ୍ୱାତି,ସୁର୍ୟୋଦୟ-ପ୍ରାତଃ ଘ୦୬/ ୨୮/୫୨ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୯/୧୭, ଯୋଗିନୀ ବାୟବ୍ୟେ ଦିବା ଘ୧୨/୩୮ ଗତେ ଐଶାନ୍ୟେ,ଅଷ୍ଟମୀ ପାର୍ବଣଶ୍ରାଦ୍ଧ,ମକରରାଶିର ଘାତବାର,କାଳବେଳା -ଦିବା ଘ ୦୧/୨୪ ଗତେ ଘ୦୨/୪୭ ମଧ୍ୟେ, ବାରବେଳା – ଦିବା ଘ ୦୭/୫୦ ଗତେ ଘ୦୯/୧୨ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୯/୧୩ଗତେ ଘ୧୧/୧୫ ମଧ୍ୟେ ଓ ଘ୦୨/୪୦ଗତେ ଘ୦୩/୧୬ ମଧ୍ୟେ ଓ ଘ୦୪/୦୪ ଗତେ ଘ୦୫/୩୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ତାଳ ଦିବା ଘ୧୨/୩୮ ଗତେ ନଡ଼ିଆ ଭକ୍ଷଣ ନିଷେଧ।
ମେଷ:-ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
ବୃଷ:-ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
କର୍କଟ:- ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
ସିଂହ:- ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।କନ୍ୟା:-ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
ତୁଳା:-କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
ବିଛା:- ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
ଧନୁ:- କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
ମକର:-ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ।
କୁମ୍ଭ:-ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।
ମୀନ:-ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.