ଅକ୍ଟୋବର ୦୭ ତାରିଖ ୨୦୨୦ମସିହା(ବୁଧବାର),ଆଶ୍ଵିନ-ମଳ କୃଷ୍ଣପକ୍ଷ ,ତିଥି-ପଞ୍ଚମୀ ,ନକ୍ଷତ୍ର-ରୋହିଣୀ,ବିଛା ରାଶି ର ଘାତଚନ୍ଦ୍ର ,କର୍କଟ ରାଶିର ଘାତବାର ,ଆଜିର ରାଶିଫଳ ।
ମେଷ:-କ୍ୟାରିୟରର ସୁଧାର ପାଇଁ ଭଲ ଦିନଟିଏ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ଆସିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
ବୃଷ:- ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
ମିଥୁନ:-ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ:-ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:-ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତି ହୋଇପାରେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା:-ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:- ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ।
ବିଛା:-ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:-ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର:-ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ:-ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ।
ଆଜିର ରାଶିଫଳ
Next Post