ଆଜିର ରାଶିଫଳ

0 42

ଅକ୍ଟୋବରମାସ ୨୦ତାରିଖ ୨୦୨୪ ମସିହା (ରବିବାର)କାର୍ତ୍ତିକମାସ- କୃଷ୍ଣପକ୍ଷ,ତିଥି- ତୃତୀୟା ଦିବା ଘ ୦୬/୩୬ ଗତେ ଚତୁର୍ଥୀ,ନକ୍ଷତ୍ର- କୃତ୍ତିକା ଦିବା ଘ୦୯/୦୦ ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୭/୩୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୨୬,
ଯୋଗିନୀ ନୈରୁତେ ଦିବା ଘ ୦୬/୩୭ ଗତେ ଅଗ୍ନିକୋଣେ,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ବିଛାରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,
କାଳବେଳା ଓ ବାରବେଳା -ଦିବା ଘ୧୦/୦୬ ଗତେ ଘ୧୨/୫୯ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/ ୩୬ ଗତେ ଘ୦୯/୦୧ମଧ୍ୟେ ଓ ଘ୦୧/୦୦ଗତେ ଘ୦୩/ ୨୫ ମଧ୍ୟେ ଓ ରାତ୍ରି ଘ ୦୭/୩୮ଗତେ ଘ୦୯ /୧୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ଦିବା ଘ ୦୪/ ୧୨ଗତେ ଘ୦୫/୦୧ ମଧ୍ୟେ,ଅଦ୍ୟ ମୂଳାଭକ୍ଷଣ ନିଷେଧ।
ମେଷ:-ମନରେ ଧାର୍ମିକଭାବନା ଉଦୟ ହେବ।ବିନାସ୍ବାର୍ଥରେ ଅନ୍ୟର ସହାୟତାକରି ଖୁସି ଅନୁଭବ କରିବେ।କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ।ବନ୍ଧୁଙ୍କ ସହିତ ରାତ୍ରି ଭୋଜନପାଇଁ ବାହାରକୁ ଯିବେ।
ବୃଷ:-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ।ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି।କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ।ଅଫିସ୍‌ର କୌଣସିକାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ:-ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ।ଆର୍ଥିକ ସ୍ଥିତିରେ ସୁଧାର ଆସିବ।ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ:-ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ।ପାରିବାରିକ ସମ୍ବନ୍ଧ ମଜଭୁତ ହେବ।ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସି˚ହ:-ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ।ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ।ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା:-ଆଜି ଆପଣ କଷ୍ଟ ମନେହେଉଥିବା କାର୍ଯ୍ୟ ସହଜରେ କରିପାରିବେ।ବିଭିନ୍ନପ୍ରକାର ଲୋକଙ୍କ ସହିତ ମିଶିବେ।କୌଣସି ବଡ଼ ନେଣଦେଣ କରି ପାରନ୍ତି।ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା:-ଊର୍ଜାରସ୍ତର ଉଚ୍ଚା ରହିବ।କୌଣସି ଅଜଣା ବ୍ୟକ୍ତିଙ୍କସହିତ ସ˚ପର୍କଗଢ଼ିବେ, ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ।ଅଫିସରେ ବାତାବରଣ ଅନୁକୂଳ ରହିବ।ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା:-ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।ପ୍ରେମପ୍ରସଙ୍ଗ ଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
ଧନୁ:-ଆପଣ ନିଜକୁ ଖୁବ୍‌ ଆତ୍ମ ନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ।ରାଜନୀତି କ୍ଷେତ୍ରରେଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ।ଅଚାନକ ଧନପ୍ରାପ୍ତି ହେବ।
ମକର:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ।ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ।ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।

କୁମ୍ଭ:-ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ।ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାରସହିତ ହସଖୁସି‌ର ସମୟ କଟିବ।
ମୀନ:-ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ।କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ।ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।!!ଜୟଜଗନ୍ନାଥ,ଜୟ ସୋମନାଥ,ଜୟ ମାଯୋଗମାୟା!!

Leave A Reply

Your email address will not be published.