ଆଜିର ରାଶିଫଳ

ମାର୍ଚ୍ଚମାସ ୨୪ତାରିଖ ୨୦୨୫ ମସିହା (ସୋମ ବାର)ଚୈତ୍ରମାସ- କୃଷ୍ଣପକ୍ଷ,ତିଥି- ନବମୀ ପ୍ରାତଃ ଘ୦୬/୦୭ ଗତେ ଦଶମୀନକ୍ଷତ୍ର-ଉତ୍ତରାଷାଢ଼ା ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୨/୩୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୬/୦୫,ଯୋଗିନୀ ଉତ୍ତରେ,ସିଂହ ରାଶିର ଘାତଚନ୍ଦ୍ର,ମିଥୁନରାଶର ଘାତବାର,ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଅଦ୍ୟ ମୃତେ ଶେଷରାତ୍ରି ଘ୦୫/୩୨ ମଧ୍ୟେ ଏକପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୭/୧୯ ଗତେ ଘ୦୮/୫୦ ମଧ୍ୟେ,ବାରବେଳା – ଦିବା ଘ୦୨/୫୫ ଗତେ ଘ୦୪/୨୮ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୮ମଧ୍ୟେ ଓ ଘ୧୦/୩୬ ଗତେ ଘ୦୧/୦୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୨୮ ଗତେ ଘ୦୫/୦୧ ମଧ୍ୟେ,ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ।
ମେଷ:-ବହୁଦିନର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧିହେବ।କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧିହେବ।
ବୃଷ:- କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ।ମନସ୍କାମନା ପୂରଣ ହେବ।ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ।ସଙ୍ଗଠକ ହେବେ।
ମିଥୁନ:- ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
କର୍କଟ:- ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।
ସିଂହ:-କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।
କନ୍ୟା:-ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।
ତୁଳା:-କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
ବିଛା:-ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।
ଧନୁ:-ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।
ମକର:-ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
କୁମ୍ଭ:-କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
ମୀନ:-ଏପରି କାର୍ଯ୍ୟ ନକରନ୍ତୁ; ଯୋଉଁଥିରେ କି ନିଜ ସୁନାମର ଆଞ୍ଚ ଆସିବ।ଭବିଷ୍ୟତପାଇଁ ନୂତନ ଯୋଜନା ପ୍ରସ୍ତୁତକରିବେ।ସୁସ୍ଥ ଓ ନିରାମୟ ରହିବେ।ମାନସିକସ୍ତରରେ ଶାନ୍ତିରବାତାବରଣ ସୃଷ୍ଟି ହେବ।ପଦୋନ୍ନତି ମିଳିପାରେ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.