ମାର୍ଚ୍ଚମାସ ୦୫ତାରିଖ ୨୦୨୫ମସିହା (ବୁଧବାର)ଫାଲଗୁନମାସ- ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ଦିବା ଘ୦୧/୦୦ଗତେ ସପ୍ତମୀ,ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୨୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୩୮,
ଯୋଗିନୀ ପଶ୍ଚିମେ ଦିବା ଘ୦୧/୦୧ଗତେ ବୟବ୍ୟେ,ବିଛାରାଶିର ଘାତଚନ୍ଦ୍ର,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ଷଷ୍ଠୀର ଏକୋଦିଷ୍ଟଶ୍ରାଦ୍ଧ,କର୍କଟରାଶିର ଘାତବାର,ଅଦ୍ୟ ମୃତେ ଏକପାଦ ଓ ରାତ୍ରି ଘ ୦୧/୦୧ଗତେ ଦ୍ଵୀପାଦ ପୁଷ୍କରଦୋଷ,କାଳବେଳା -ଦିବାଘ୦୯/୦୧ ଗତେ ଘ୧୦/୩୦ ମଧ୍ୟେ,
ବାରବେଳା -ଦିବା ଘ୧୧/୫୮ଗତେ ଘ୦୧/୨୭ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୦ ମଧ୍ୟେ ଓ ଘ୧୧/୨୮ ଗତେ ଘ୦୨/୦୪ମଧ୍ୟେ ଓ ଘ୦୬/୪୦ ଗତେ ଘ୦୯/୦୪ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୨୮ ଗତେ ଘ୦୫/୫୨ ମଧ୍ୟେ ଓ ରାତ୍ରି ଘ୦୯/୦୫ ଗତେ ଘ୧୦/୪୦ ମଧ୍ୟେ,ଅଦ୍ୟ ନିମ୍ବ ଦିବା ଘ ୦୧/୦୧ଗତେ ତାଳଭକ୍ଷଣ ନିଷେଧ।
ମେଷବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟାଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମଚାରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକରବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ ।ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ ।ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନକର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ !!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଉଷୁମପାଣିରେ ସୁଣ୍ଠି ମିଶାଇ ପିଅନ୍ତୁ , ଶରୀରରୁ ଦୂରହେବ ଏହି ସବୁ ସମସ୍ୟା…
ଆପଣଙ୍କର ଛାତିରେ କଫ ଜମୁଛି କି ? ଆଜମା, କାଶ କାରଣରୁ ଅସୁବିଧା ଭୋଗୁଛନ୍ତି କି ? ଯଦି ଏଭଳି କିଛି ସମସ୍ୟାର ସମ୍ମୁଖିନ ହେଉଛନ୍ତି ତେବେ ଉଷୁମ ପାଣିରେ ସୁଣ୍ଠି ଗୁଣ୍ଡ ମିଶାଇ ପିଅନ୍ତୁ । ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ ।
ଏହା ମ୍ୟୁକୋଲାଇଟିସ୍ ଭାବେ କାର୍ଯ୍ୟ କରିଥାଏ ।ଏହାଦ୍ୱାରା ଫୁସ୍ଫୁସ୍ରେ ଜମିଥିବା କଫ ତରଳି ବାହାରି ଯାଇଥାଏ ।ଫଳରେ କାଶରୁ ମୁକ୍ତି ମିଳେ । ଆଜ୍ମା ରୋଗୀ ସକାଳୁ ଏପରି ନିୟମିତ କଲେ ଏଥିରୁ ମୁକ୍ତି ମିଳେ । ଉଷୁମପାଣି ସକାଳୁ ପିଇଲେ ରକ୍ତ ସଞ୍ଚାଳନ ଭଲ ଭାବେ ହୋଇଥାଏ । ଏହାଦ୍ୱାରା ହାର୍ଟ ଆଟାକ୍ର ଆଶଙ୍କା ଦୂର ହୁଏ । ଶୁଣ୍ଠି ବଦହଜମୀ, ଏସିଡିଟିରୁ ଦୂରେଇ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ନିୟମିତ ଏପରି କଲେ ମେଦବହୁଳତା ଆଶଙ୍କା ଦୂର ହୋଇଥାଏ । ସେହିପରି କିଡ୍ନୀ ସମସ୍ୟାରୁ ଏହା ଦୂରେଇ ରଖିଥାଏ ।