ମାଁ ପରମେଶ୍ବରୀ ନମଃ
ମାସ- କାର୍ତ୍ତିକ,ପକ୍ଷ- ଶୁକ୍ଳ,ତାରିଖ-୧୬-୧୧-୨୦୨୧, ମଙ୍ଗଳବାର.ତିଥି- ଦ୍ବାଦଶୀ,ନକ୍ଷତ୍ର- ରେବତୀ,ଚନ୍ଦ୍ର ଶୁଦ୍ଧି- ବୃଷ ମିଥୁନ କର୍କଟ କନ୍ୟା ତୁଳା ବିଛା ମକର କୁମ୍ଭ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ଧନୁ ରାଶିର ଘାତ ଚନ୍ଦ୍ର ରାତ୍ରି ଘ୦୮-୧୨ମି ଗତେ ମିଥୁନ କର୍କଟ ସିଂହ ତୁଳା ବିଛା ଧନୁ କୁମ୍ଭ ଓ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ମେଷ ରାଶିର ଘାତ ଚନ୍ଦ୍ର,ନିଷିଦ୍ଧ ଖାଦ୍ୟ- ପୋଇଶାଗ ଦିବାଘ ୦୮-୦୫ମି ଗତେ ବାଇଗଣ ଭକ୍ଷଣ ନିଷେଧ
ମେଷ: ବ୍ୟୟ ବୃଦ୍ଧି
ବୃଷ: ଆୟଯୋଗ
ମିଥୁନ: କର୍ତ୍ତବ୍ୟ ପାଳନ
କର୍କଟ: ସହଯୋଗ
ସିଂହ:କୁଭୋଜନ
କନ୍ୟା: ବନ୍ଧୁ ସୁଖ
ତୁଳା: ଦାମ୍ଭିକ ଭାବ
ବିଛା: ଅନୁରୋଧ
ଧନୁ: ଘାତ ଚନ୍ଦ୍ର
ମକର : କାର୍ଯ୍ୟ ସଫଳ
କୁମ୍ଭ : ଧୈର୍ଯ୍ୟ ହାନି
ମୀନ: ଶ୍ରୀ ଚନ୍ଦ୍ର ।
ମେଷ– ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷ-ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ-ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ-କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ ।
ସିଂହ- ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।
କନ୍ୟା- ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ ।
ତୁଳା-ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା-କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ- କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର-ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ
କୁମ୍ଭ-ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ-ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।
ରାଗ କେବେ ବି କୌଣସି ସମାଧାନ କରିପାରେ ନାହିଁ । ଆଉ ଏହା ମଧ୍ୟ କିଛି ତିଆରି କରିପାରେ ନାହିଁ…. ପରନ୍ତୁ ଏହା ସବୁକିଛି ଧ୍ବଂସ କରିଦେଇଥାଏ ….ଶୁଭ ସକାଳ,ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ ଜୟ ଜଗନ୍ନାଥ