ଆଜିର ରାଶିଫଳ

ଅପ୍ରେଲମାସ ୦୫ତାରିଖ ୨୦୨୫ମସିହା (ଶନିବାର)ଚୈତ୍ରମାସ- ଶୁକ୍ଳପକ୍ଷ ,ତିଥି- ଅଷ୍ଟମୀ ରାତ୍ରି ଘ୦୭/ ୪୫ଗତେ ନବମୀ ,ନକ୍ଷତ୍ର- ଆର୍ଦ୍ରା ଦିବା ଘ୦୬/୦୮ ଗତେ ପୁନର୍ବସୁ ,ସୁର୍ୟୋଦୟ-ପ୍ରାତଃଘ୦୫/୪୨/୦୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୫୯/୩୨ ,ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୭/୪୫ ଗତେ ପୂର୍ବେ ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର ,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ଅଦ୍ୟ ମୃତେ ଏକପାଦ ଦିବା ଘ୦୬/ ୦୮ଗତେ ଦ୍ଵୀପାଦ ପୁଷ୍କରଦୋଷ ,କାଳବେଳା -ଦିବା ଘ୦୭/୧୦ ମଧ୍ୟେ ଓ ଦିବା ଘ୦୪/୨୫ ଗତେ ଘ୦୬/୦୦ ମଧ୍ୟେବାରବେଳା- ଦିବା ଘ୦୧/୨୦ ଗତେ ଘ୦୨/୫୩ମଧ୍ୟେ ,ବିଶୁଦ୍ଧ ଅମୃତବେଳା-ଦିବାଘ୦୯/୩୮ଗତେ ଘ୧୨/୫୦ମଧ୍ୟେ ଓ ରାତ୍ରି ଘ୦୮/୨୨ ଗତେ ଘ୧୦/୫୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି ,ଅଦ୍ୟ ନଡ଼ିଆଭକ୍ଷଣ ନିଷେଧ
ମେଷ :-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ।କର୍ମରେ ଉନ୍ନତି ଓ ସମସ୍ତକର୍ମରେ ଆଶାତୀତ ସଫଳତା ପାଇବେ ।ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି ।ସହକର୍ମୀ ଓ ପରିବାରର ସମସ୍ତସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରିରଖିବେ ।ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷ:-ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାରହେବେ ।ବାପାମା’ଙ୍କ ସ୍ୱାସ୍ଥ୍ୟକୁନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ ।ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି ।ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ:-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମହେବ ।କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ, ସମସ୍ତକର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗପାଇବେ ।ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନାହେବେ ।ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ:-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା:-ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମଚାରୀ ଅପମାନ ଦେଇପାରନ୍ତି ।ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳାକରିବେ ।ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା:-ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା:-କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କରସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ:-ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ ।ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ।ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର:-ବ୍ୟୟହେଲେ ମଧ୍ୟ ଆଜିଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତିହେବ ।ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ।ବାଣିଜ୍ୟ, ବ୍ୟବସାୟରେଆୟ ମଧ୍ୟମ ହେବ ।କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭ:-ଅଟକିଥିବାକାମ ପୁଣି ଆରମ୍ଭ କରିବାପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ ।ବ୍ୟୟଭାର କମ୍‌ ରହିବ ।ହୃତଧନ ଫେରିପାଇବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ:-କର୍ମରେ ଉନ୍ନତି ଓ ସଫଳତାପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ । ଆକସ୍ମିକ ଧନଲାଭ ଓ କୌଣସିସୂତ୍ରରୁ ଧନପ୍ରାପ୍ତିରଯୋଗ ରହିଛି ।ମୂଲ୍ୟବାନ ଧାତୁ କିମ୍ବା ଭୂମିକ୍ରୟ କରିବା ପାଇଁ ଯୋଜନା କରିବେ ।ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରିରଖିବେ ।ମହିଳାମାନେ ଆନନ୍ଦିତ ହେବେ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମା ଯୋଗମାୟା!!

- Advertisement -

Leave A Reply

Your email address will not be published.