ଅପ୍ରେଲମାସ ୦୬ତାରିଖ ୨୦୨୫ ମସିହା (ରବିବାର)ଚୈତ୍ର ମାସ- ଶୁକ୍ଳପକ୍ଷ,ତିଥି- ନବମୀ ରାତ୍ରି ଘ୦୭/୪୨ ଗତେ ଦଶମୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୪୧ /୧୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୯ /୫୨,ଯୋଗିନୀ ପୂର୍ବେ ରାତ୍ରି ଘ୦୭/ ୪୨ଗତେ ଉତ୍ତରେ, ମେଷରାଶିର ଘାତବାର, ନବମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ଦ୍ଵୀପାଦ ପ୍ରାତଃ ଘ୦୬/୦୪ ଗତେ ଏକପାଦ ପୁଷ୍କର ଦୋଷ, କାଳବେଳା ଓ ବାରବେଳା- ଦିବା ଘ୧୦/୧୫ ଗତେ ଘ୦୧/୨୨ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୨୫ ଗତେ ଘ୦୯/୩୫ ମଧ୍ୟେ ଓ ରାତ୍ରି ଘ୦୭/୩୭ ଗତେ ଘ୦୯/୧୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୨୪ ମଧ୍ୟେ ଓ ରାତ୍ରି ଘ୦୬/୪୬ ଗତେ ଘ୦୭/୩୫ ମଧ୍ୟେ, ଲାଉ ଭକ୍ଷଣ ନିଷେଧ।
ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ ।ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ।ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ। କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ। ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ। ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ ।ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ। କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ। ବ୍ୟାପାର ଲାଭଦାୟକ ରହିବ। ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ।
ମିଥୁନଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ।ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ। ବ୍ୟାପାର ମଧ୍ୟମ ରହିବ। ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ।ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ।ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ।
ସିଂହଆଜି ବ୍ୟୟବୃଦ୍ଧି ହେବ। ଚକ୍ଷୁ ପୀଡା ଦେଖାଦେବ।ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ। କାର୍ଯ୍ୟ କ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ।ବ୍ୟାପାରରେ କ୍ଷତି ସହିପାରନ୍ତି ।ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ।
କନ୍ୟାଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ। ଶୁଭ ସମାଚାର ମିଳିପାରେ।କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ।ବ୍ୟାପାର ଲାଭଦାୟୀ ରହିବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ।
ତୁଳାଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ।ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ।ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ।କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି ।ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ। ପରିବାର ରରେ ହଠାତ ପ୍ରତିକ୍ରିୟା ଶୀଳ ହେବାରୁ କଳହ ହୋଇପାରେ।
ବିଛାଆଜି ଉପହାର ମିଳିପାରେ।କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ ।କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ।କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ।ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ। ପରିବାରରେ ସୁଖରେ ସମୟ କାଟିବେ।
ଧନୁଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି।ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ। କୌଣସି ପ୍ରୀତିଭୋଜନ ର ଆନନ୍ଦ ଉଠେଇପାରନ୍ତି।କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ମିଳିପାରେ ।ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି। ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ।
ମକରଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ।ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଯଥା ଖର୍ଚ୍ଚ ବଢ଼ିଯିବ ।କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ।ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ।
କୁମ୍ଭଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ।କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ।ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ ।କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ।ବ୍ୟାପାରରେ ଦିନଟି ଅଶୁଭ ରହିପାରେ।ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ।
ମୀନଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି। ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ ।କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ।ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରିକିନ୍ତୁ ଲାଭବାନ ହୋଇପାରନ୍ତି ।।
!!ଜୟ ଜନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post