ଅପ୍ରେଲମାସ ୧୦ତାରିଖ ୨୦୨୫ମସିହା (ଗୁରୁବାର) ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୨/୫୫ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ପୂର୍ବା ଫା ଦିବା ଘ୦୧/୦୫ ଗତେ ଉତ୍ତରା ଫା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୧୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/ ୫୮,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୨/୫୫ ଗତେ ପଶ୍ଚିମେ,ବୃଷରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭରାଶିର ଘାତବାର,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଅଦ୍ୟ ମୃତେ ଦିବା ଘ୦୧/୦୫ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୨/୫୫ଗତେ ସନ୍ଧ୍ୟା ଘ୦୬/୦୯ ମଧ୍ୟେ
ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୦୧/୧୪ ଗତେ ଘ୦୩/୩୯ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୧ମଧ୍ୟେ ଓ ଘ୦୩/୫୯ଗତେ ଘ୦୫/୩୬ ମଧ୍ୟେ ଓ ଘ୧୦/୨୨ଗତେ ଘ୧୨/୪୮ ମଧ୍ୟେ,
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ।
ମେଷ :-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେନାହିଁ ।ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ :- ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ :-ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ :-ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ:- ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା :-ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା :-ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା :-ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁଜନ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ :-ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର :-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ ।ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ।କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ :-ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
ମୀନ:-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ !!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମାଯୋଗମାୟା!!
ଆଜିର ରାଶିଫଳ
Prev Post
Next Post