ଅପ୍ରେଲମାସ ୨୦ତାରିଖ ୨୦୨୫ ମସିହା (ରବିବାର)ବୈଶାଖମାସ- କୃଷ୍ଣପକ୍ଷ,ତିଥି-ସପ୍ତମୀ ସନ୍ଧ୍ୟା ଘ୦୭/୨୨ ଗତେ ଅଷ୍ଟମୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୩୦ /୪୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩ /୧୯,ମେଷରାଶିର ଘାତବାର,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ତ୍ରୀପାଦ ଓ ସନ୍ଧ୍ୟା ଘ୦୬/୪୦ ଗତେ ଦ୍ଵିପାଦ ପୁଷ୍କରଦୋଷ, କାଳବେଳା ଓ ବାରବେଳା- ଦିବା ଘ୧୦/୦୭ ଗତେ ଘ୦୧/୧୮ ମଧ୍ୟ,ବିଶୁଦ୍ଧ ଅମୃତବେଳା- ଡିବା ଘ୦୬ /୧୬ ଗତେ ଘ୦୯/୧୯ ମଧ୍ୟେ ଓ ରାତ୍ରି ଘ୦୭/୩୮ ଗତେ ଘ୦୯/୧୬ ମଧ୍ୟେ ରାତ୍ରି ଘ୧୨/୩୦ଗତେ ଘ୦୨/୦୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୧୭ମଧ୍ୟେ ଓ ରାତ୍ରି ଘ୦୬/୫୦ ଗତେ ଘ୦୭/୪୦ ମଧ୍ୟେ,ତାଳ ସନ୍ଧ୍ୟାଘ ୦୭/୨୩ ଗତେ ନଡ଼ିଆ ଭକ୍ଷଣ ନିଷେଧ।
ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।
ମିଥୁନକର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
କର୍କଟବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟାବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳାକର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକକାର୍ଯ୍ୟରେ ଆଗ୍ରହୀ ହେବେ।
ବିଛାମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକରବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭଆର୍ଥିକ କ୍ଷତି ଓ ବ୍ୟବସାୟ ରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ ।ବାଣିଜ୍ୟ, ବ୍ୟବସାୟ ରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ ।ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Next Post