ଅପ୍ରେଲମାସ ୨୯ତାରିଖ ୨୦୨୫ମସିହା (ମଙ୍ଗଳ ବାର)ବୈଶାଖମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା ଦିବା ଘ ୦୫/୨୧ ଗତେ ତୃତୀୟା,ନକ୍ଷତ୍ର- କୃତିକା ରାତ୍ରି ଘ୦୭/୧୧ ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୩/୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୦୯,
ଯୋଗିନୀ ଉତ୍ତରେ ଦିବା ଘ୦୫/୨୧ ଗତେ ଅଗ୍ନିକୋଣେ,ବିଛାରାଶିର ଘାତବାର,ମକରରାଶିର ଘାତଚନ୍ଦ୍ର,ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ତ୍ରିପାଦ ଦିବାଘ୦୫/୨୧ଗତେ ଦ୍ୱୀପାଦ ରାତ୍ରି ଘ ୦୭/ ୧୧ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୧/୨୩ଗତେ ଘ୦୨/୫୮ମଧ୍ୟେ,ବାରବେଳା- ଦିବା ଘ୦୬/୫୩ ଗତେ ଘ୦୮/୨୯ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୩୦ ଗତେ ଘ୧୦/୧୦ ମଧ୍ୟେ ଓ ଘ୧୨/୩୫ ଗତେ ଘ୦୧/୨୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ବୋଇତିକଖାରୁ ଓ ଦିବା ଘ ୦୫/୩୧ଗତେ ପୋଟଳ ଭକ୍ଷଣ ନିଷେଧ।
ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ,ଚୋରି,ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ।ଗୃହସୀମା, ଗାଡିମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।
ମିଥୁନଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ।ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗପ୍ରାପ୍ତ ହେବ।
କର୍କଟଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ।କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳପ୍ରଭାବରେ ଅପୀଡା ଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସିଂହଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ ।କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ।ଦିନଟି ପୀଡାଦାୟକ।
କନ୍ୟାଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
ତୁଳାଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ।ବ୍ୟବସାୟରେ ବିଭିନ୍ନ lପ୍ରକାରର ସମସ୍ୟା ଦେଖାଦେଇପାରେ।ସ୍ବାସ୍ଥ୍ୟ,ପରିବାର,କର୍ମକ୍ଷେତ୍ର ସମ୍ପର୍କି ଆଲୋଚନାପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛାଆଜି ସୁଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ,ବାଣିଜ୍ୟକ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣାବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ ଆଜିଦିନରେ ମନ ଭଲ ରହିବନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
ମକରଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇ ପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
କୁମ୍ଭଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।
ମୀନବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷାକରି ଦେଖା ପାଇବେ ନାହିଁ।ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।
!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Next Post