ଆଜିର ରାଶିଫଳ

୨୦୨୩ ମସିହା ନଭେମ୍ବର ମାସ ୨୮ ତାରିଖ ମଙ୍ଗଳବାର।ଛାଡ଼ଖାଇ, ରୋହିଣୀ ପ୍ରତିପଦ ସ୍ନାନ, ଅଦ୍ୟ ମହୋଦଧିରେ ଦିବା ଘ୧/୪୧ମି ମଧ୍ୟେ ବିଶିଷ୍ଟ ରୋହିଣୀ ପ୍ରତିପଦ ସ୍ନାନ।ସୁର୍ଯ୍ୟୋଦୟ- ଘ୬/୬/୩୭,
ସୂର୍ଯ୍ୟାସ୍ତ- ଘ୫/୨/୨୯,ମାର୍ଗଶିର ମାସ,କୃଷ୍ଣପକ୍ଷ,
ଭୌମ ବାସ,ତିଥି- ପ୍ରତିପଦ୍ ଦିବା ଘ୧/୪୧ମି ପର୍ଯ୍ୟନ୍ତ ତଦନ୍ତେ ଦ୍ବିତୀୟା।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପୂର୍ବ ଦିଗରେ, ଦିବା ଘ୧/୪୧ମି ପରେ ଉତ୍ତର ଦିଗରେ। ମଙ୍ଗଳବାର, ତିଥି, ରବି ମଙ୍ଗଳସପ୍ତ ଦୋଷ ହେତୁ ଯାତ୍ରା ନିଷେଧ।ଘାତଚନ୍ଦ୍ର–ବିଛା ରାଶିର ଏବଂ ରାତ୍ରି ଘ୨/୩ମି ପରେ କନ୍ୟା ରାଶିର ଘାତଚନ୍ଦ୍ର।
ଘାତବାର–ମକରରାଶିର ଘାତବାର ସାମ୍ବତ୍ସରିକ ଶ୍ରାଦ୍ଧ–ପ୍ରତିପଦର ଏକୋଦ୍ଦିଷ୍ଟ ଓ ଦ୍ବିତୀୟାର ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ-ପାଣିକଖାରୁ ଦିବା ଘ୧/୪୧ମି ପରେ ବୋଇତାଳୁ ଭକ୍ଷଣ ନିଷେଧ।ଅଶୁଭବେଳା-(ବାରବେଳା) ଦିବା ଘ୭/୩ମି ରୁ ଘ୮/୩ମି ପର୍ଯ୍ୟନ୍ତ।(କାଳବେଳା) ଦିବା ଘ୧୨/୫୮ମି ରୁ ଘ୨/୧୯ମି ପର୍ଯ୍ୟନ୍ତ।(କାଳରାତ୍ରି) ରାତ୍ରି ଘ୬/୪୧ମି ରୁ ଘ୮/୨ମି ପର୍ଯ୍ୟନ୍ତ।ଶୁଭ ବେଳା–(ଅମୃତ) ସୂର୍ଯ୍ୟୋଦୟ ରୁ ଦିବା ଘ୬/୫୭ମି ମଧ୍ୟେ, ଘ୭/୪୫ମି ରୁ ଘ୧୧/୪୫ମି ମଧ୍ୟେ, ରାତ୍ରି ଘ୭/୨୭ମି ରୁ ଘ୮/୧୫ମି ମଧ୍ୟେ, ଘ୯/୩ମି ରୁ ଘ୧୧/୨୭ମି ମଧ୍ୟେ, ଘ୪/୧୫ମି ରୁ ନିଶାନ୍ତ ଘ୫/୩ମି ପର୍ଯ୍ୟନ୍ତ।
(ମାହେନ୍ଦ୍ରବେଳା) ସୂର୍ଯ୍ୟାସ୍ତ ରୁ ରାତ୍ରି ଘ୭/୨୭ମି ପର୍ଯ୍ୟନ୍ତ।ପୁଷ୍କରଦୋଷ- ଅଦ୍ୟ ମୃତ ବ୍ୟକ୍ତିର ୧ପାଦ ବାର ପୁଷ୍କର ଦୋଷ। ଫଳଂ କୃଷିହାନି ଓ ଭୂମି ଦାନ। ଦିବା ଘ୧/୪୧ମି ପରେ ୨ ପାଦ ବାର ଓ ତିଥି ପୁଷ୍କର ଦୋଷ । ଫଳଂ କୃଷିହାନି ଓ ଗୋପଶୁ ସମ୍ପଦର ବିନାଶ। ଭୂମି ଓ ଅନ୍ନବସ୍ତ୍ର ଦାନ ସହିତ ହୋମାଦି ଶାନ୍ତି ବିଧେୟ ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ ଶ୍ରୀମତୀ, ଲକ୍ଷ୍ମୀଯୁକ୍ତା ଶୁଭ। କନ୍ୟାର ଦିବା ଘ୧/୪୧ମି ପର୍ଯ୍ୟନ୍ତ ବାର ଓ ତିଥି ଦୋଷ ହେତୁ (ଶିବଙ୍କଠାରେ ଜଳାଭି ଷେକ ଓ ଦୁର୍ଗାଙ୍କୁ ଲାଲ ରଙ୍ଗରପୁଷ୍ପ ଅର୍ପଣ ତାପରେ ବାରଦୋଷ ହେତୁ (ଶିବଙ୍କଠାରେ ଜଳାଭିଷେକ)।
ଶୁଭକର୍ମ- ରାତ୍ରି ଘ୨/୩ମି ପରେ ରାତ୍ରିଶେଷ ପର୍ଯ୍ୟନ୍ତ ୫ ନକ୍ଷତ୍ରେ ବିବାହ (ପାଣିଗ୍ରହଣ), ସୂର୍ଯ୍ୟୋଦୟଠାରୁ ରାତ୍ରି ଶେଷପର୍ଯ୍ୟନ୍ତ ନାମକରଣ,ଯାନକ୍ରୟ, ଯାନପୂଜା,ଔଷଧକରଣ।
🐏ମେଷ👉ଆଜି ଦୃଢତାର ସହ ନିଜର ପାରିପାର୍ଶ୍ୱିକ ଉନ୍ନତି କରିବେ ଏବଂ ଆପଣଙ୍କ ସୁନ୍ଦର ସ୍ୱାସ୍ଥ୍ୟ ଦ୍ୱାରା ଅନ୍ୟମାନେ ପ୍ରଭାବିତ ହେବେ। ଯେତେବେଳ ପର୍ଯ୍ୟନ୍ତ ଜଣେ ସ୍ତ୍ରୀ ଆପଣଙ୍କ ଜୀବନ ମଧ୍ୟରେ ଆପଣଙ୍କୁ ବୁଝିଛି ଏବଂ ଉତ୍ସାହିତ କରୁଛି, ତା ପାଇଁ ସବୁକିଛି ଆଜି ତ୍ୟାଗ କରିବା ସ୍ୱାଭାବିକ ଅଟେ । ସେ ଆପଣଙ୍କ ମାଆ ମଧ୍ୟ ହୋଇପାରନ୍ତି । ପାରିବାରିକ ତଥା ଘର ବିଷୟରେ ଆଲୋଚନା ମଙ୍ଗଳମୟ ହେବ । ଯଦି କିଛି ପାଇ ନାହାନ୍ତି ତେବେ ଆଶା ଛାଡନ୍ତୁ ନାହିଁ ।
🐮ବୃଷ👉ଆଜି ବିଦେଶରୁ ସୁଫଳଯୁକ୍ତ ଖବର ପାଇବେ ନିଜ ବନ୍ଧୁ ତଥା ଆତ୍ମିୟମାନଙ୍କ ଠାରୁ। ଏଥିରେ ଖୁସୀ ହୋଇ ବିଦେଶ ଯିବାପାଇଁ ମନ ବଳିବ । ଛାତ୍ର ମାନେ ବିଦେଶରେ ପାଠ ପଢିବା ପାଇଁ ସମୟ ଅନୁକୁଳ ଅଟେ । ଛୁଟିର ଆନନ୍ଦ ନେଇପାରନ୍ତି । ଏହିସବୁ କାରଣରୁ ଆନନ୍ଦିତ ହୋଇରହିବେ । କାମ ଅଧିକ ଥିବା ସତ୍ତ୍ୱେ ମନ ଭଲ ରହିବ । ଆୟ ବହୁଳ ଦିନ ଓ ଅର୍ଥଲଗାଣ ପାଇଁ ମଧ୍ୟ ସୁଦିନ ଅଟେ ।
👩‍❤️‍👨ମିଥୁନ👉କିଛି ଆଶ୍ଚର୍ଯ୍ୟ ଏବଂ ବିଷାଦପୂର୍ଣ୍ଣ ଘଟିପାରେ, ମିଥୁନ ରାଶିର ବ୍ୟକ୍ତିମାନେ ସତର୍କ ହୁଅନ୍ତୁ । ଆପଣ ଶାରୀରିକ ଏବଂ ମାନସିକ ଭାବରେ ଅସୁସ୍ଥ ଅନୁଭବ କରିପାରନ୍ତି । ତେଣୁ, ଆପଣ ଭଲ ପାଉଥିବା ଅଭ୍ୟାସ ଏବଂ ଉପକରଣରେ ମିଶି ଯାଆନ୍ତୁ । ଏହା ଆପଣଙ୍କୁ ଚିନ୍ତା ବିହୀନ କରିଦେବ ।
🦀କର୍କଟ👉ଆପଣ ଆଜି ଦିନଟିରେ ଆପଣଙ୍କ ପରିବାର ଏବଂ ସାଙ୍ଗ ସାଥି ସହିତ ମଜା ମଜଲିସ୍‌ କରିପାରନ୍ତି । ଆର୍ଥିକ ଲାଭ ହୋଇପାରେ । ବ୍ୟବସାୟୀ ବ୍ୟକ୍ତିମାନଙ୍କ ପାଇଁ ଆଜି ଦିନଟି ପ୍ରତିଜ୍ଞାର ଦିବସ ହେବ । ଆପଣଙ୍କ ବ୍ୟବସାୟ ପାର୍ଟ୍‌ନର୍‌ଠାରୁ ଆପଣ ଲାଭବାନ ହେବେ । ଆପଣ ପ୍ରିୟଜନଙ୍କ ସଙ୍ଗରେ ଭ୍ରମଣ ଆପଣଙ୍କ ମନରେ ବହୁତ ଦିନ ପର୍ଯ୍ୟନ୍ତ ଛାପି ରହିବ ।
🦁ସିଂହ👉ଆଜି ଦିନଟି ଆପଣଙ୍କ ପାଇଁ ଏତେ ଟା ଶୁଭ ନୁହେଁ । ଆପଣ ଅସଂଖ୍ୟ ଚିନ୍ତା, ବ୍ୟସ୍ତତା, ଏବଂ ଦାରିଦ୍ର୍ୟ ଆପଣଙ୍କୁ ଘାରି ପକାଇପାରେ । ଛାତିକୁ ଦମ୍ଭ କରନ୍ତୁ । ଆଜିର ଦିନଟି ଅଫିସ୍‌ରେ ଆପଣଙ୍କ ପାଇଁ ଖୁସିରେ ଯିବ ନାହିଁ ସେଥିପାଇଁ ଆପଣ ଆପଣଙ୍କର ପ୍ରତିଦିନର ବ୍ୟସ୍ତ କାମକୁ ଲକ୍ଷ୍ୟସ୍ଥଳରେ ପହଞ୍ଚାଇପାରିବା କଠିନ ହେବ ।
🙎‍♀️କନ୍ୟା👉ଆଜି ଦିନରେ ଛାତ୍ରମାନଙ୍କ ପାଇଁ କଠିନ ରହିବ । ଆପଣଙ୍କର ଲକ୍ଷ୍ୟ ଘୁଞ୍ଚିଯାଇପାରେ । ପିଲାମାନେ ଦିନସାରା ଆପଣଙ୍କୁ ବ୍ୟସ୍ତ କରି ପକାଇବେ । ଆଜି, ନିବେଶକ ମାନେ ସାବଧାନତା ଅବଲମ୍ବନ କରିବେ । ଆପଣଙ୍କୁ କୌଣସି ପ୍ରକାର ଭୌତିକ ତର୍କ ଏବଂ ଆଲୋଚନାଠାରୁ ବିରତି ରହି ବାକୁ ପରାମର୍ଶ ଦିଆଯାଇଛି ।
⚖️ତୁଳା👉ଆଜି ଦିନଟି ଆପଣଙ୍କ ପାଇଁ ମାନ୍ଦାଳିଆ ରହିବ । ଆପଣ ଶାନ୍ତ ଏବଂ ନିରବ ରହିବା କଷ୍ଟକର ହୋଇପଡିବ । ସବୁ ସମୟରେ ସତର୍କ ରହିବା ଭଳି ଘଟଣା ବିଶେଷ କରି ସଂପତ୍ତି ବିଷୟରେ କଥାବାର୍ତ୍ତା କରିବା ପ୍ରତି ବିରତ ରୁହନ୍ତୁ । ଯାତ୍ରା କରନ୍ତୁ ନାହିଁ । ଆପଣଙ୍କର ପରିବାରର ପରିବେଶ ଅସ୍ଥିର ରହିବ । ତର୍କ ଏବଂ ଯୁକ୍ତି ନ କରିବା ପାଇଁ ଚେଷ୍ଟା କରନ୍ତୁ ।
🦂ବିଛା👉ଦୟାକରି ସମସ୍ୟା ଯୋଗୁଁ ଅଟକି ଯାଆନ୍ତୁ ନାହିଁ , ସେଗୁଡିକ ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ଘରର ପରିବେଶ ଅନୁକୂଳ ସାବ୍ୟସ୍ତ ହେବ ନାହିଁ । ଶାନ୍ତ ରହିବା ପାଇଁ ଚେଷ୍ଟା କରନ୍ତୁ । ଆଉ ମଧ୍ୟ, ଆପଣଙ୍କର ରାଗପଣତା ଆପଣଙ୍କୁ ତିଳେ ମାତ୍ର ସାହାଯ୍ୟ କରିବ ନାହିଁ ; ସାବଧାନ ରୁହନ୍ତୁ । ଶେଷ ହୋଇ ନ ଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବା ଆପଣଙ୍କ ପାଇଁ କଷ୍ଟକର ହୋଇପଡିବ, ତଥାପି ଆପଣ ଶାନ୍ତ ରୁହନ୍ତୁ ଏହା ନିଶ୍ଚିତ ଭାବରେ ଆପଣଙ୍କୁ ସାହାଯ୍ୟ କରିବ ।
🏹ଧନୁ👉ଏହି ଦିନଟି ଆପଣଙ୍କ ପାଇଁ ଫଳପ୍ରଦ ହେବ । ଆପଣ ଆର୍ଥିକ ଲାଭରେ ରହିପାରନ୍ତି । ମହିଳାମାନଙ୍କ ଭାଗ୍ୟ ସେମାନଙ୍କ ସପକ୍ଷରେ ଯିବ । ଆପଣଙ୍କ ପ୍ରିୟଜନ ଆପଣଙ୍କ ଖୁସି ପାଇଁ ଆନନ୍ଦିତ ହେବେ । ନୂଆ କାମ ହାତକୁ ନେବାର ଏହା ହେଉଛି ସଠିକ ସମୟ ।ଛୋଟିଆ ଯାତ୍ରା କରିପାରନ୍ତି । ଆପଣ ମାନସିକ ଭାବରେ ଆରାମ ଅନୁଭବ କରିବେ । ଆପଣଙ୍କ ଶତୃମାନେ ଆପଣଙ୍କଠାରୁ ପରାସ୍ତ ହେବେ |
🐊ମକର👉ଦିନଟି ଆଶ୍ଚର୍ଯ୍ୟମୟ ରହିବ । ଗୋଟିଏ ପ୍ରାର୍ଥନା ସହ ଦିନ ଆରମ୍ଭ କରନ୍ତୁ । ଆଜି ପ୍ରତ୍ୟେକ ଜିନିଷ ସଠିକ୍‌ ସ୍ଥାନ ଏବଂ ସଠିକ୍‌ କ୍ରମରେ ରହିବ । ଏହାକୁ ପ୍ରିୟଜନ କିମ୍ବା ବ୍ୟବସାୟ ସହ ଯୋଡନ୍ତୁ । ସଠିକ୍‌ ହୁଅନ୍ତୁ । ବ୍ୟବସାୟ ଦୃଷ୍ଟିରୁ ଆପଣ ଜଣେ ଯଥୋଚିତ କର୍ମଚାରୀ ହେବେ ।
🏺କୁମ୍ଭ👉ନିଜ ଶରୀର, ସୁଖାଦ୍ୟ, ଏବଂ ବ୍ୟାୟାମ ଇତ୍ୟାଦିରେ ଅବହେଳା କରନାହିଁ । ଠିକରେ ବିଶ୍ରାମ ମିଳିବ ନାହିଁ, ଶେଷରେ ଆଜି ସେ ତା’ର ପ୍ରଭାବ ଦେଖାଇବ। ନିଜେ ଅସୁସ୍ଥତା ଅନୁଭବ କରିବେ, ଯେଉଁଥିରେ ମାନସିକ ସ୍ଥିରତା ଦରକାର। ବିଶ୍ରାମ ନେବାପାଇଁ ଯଦିସମ୍ଭବ, ଅସୁସ୍ଥତା କାରଣରୁ ଛୁଟି ନେଇ ପାରନ୍ତି। କଚେରୀ କାମରେ ସାବଧାନ ଏବଂ କାହା କଥାରେ ଧନ ଲଗାନ୍ତୁ ନହିଁ। ପଇସାପତ୍ର, ବାକ୍ୟ ଓ ରାଗିଯିବା ଅଭ୍ୟାସ ପ୍ରତି ସାବଧାନ ହୁଅ। ଆଜି ନିଜ ପ୍ରିୟଜନ ତୁମକୁ ବିରୋଧ କରିବେ। ଏଥିରେ ଗୁରୁତ୍ୱ ଦିଅନାହିଁ, ବରଂ ସେମାନଙ୍କ ନିର୍ଦେଶ କୁ ନିରିକ୍ଷଣ କରନ୍ତୁ, ହୁଏତ ଆପଣ ଭୁଲ ଥାଇପାରନ୍ତି, ବଦଳି ଯାଆନ୍ତୁ।
🐟ମୀନ👉ହଠାତ୍‌ ଆର୍ଥିକ ଲାଭର ସମ୍ଭାବନା ନିଶ୍ଚିତ ଭାବରେ ରହିଛି । ଏପରିକି ଆପଣ ପଇସା ହିସାବରେ ପ୍ରାଇଜ୍‌ କିମ୍ବା ଲଟେରୀ ଜିତିପାରନ୍ତି । ମୋଟାମୋଟି ଭାବରେ ଖୁସି, ଭାଗ୍ୟଶାଳୀ ସମୟର ଆଶା କରାଯାଉଛି । ପିଲାମାନଙ୍କଠାରୁ ଭଲ ଖବର ଆସିପାରେ, ଏବଂ ଆପଣ ଆପଣଙ୍କ ପୁରୁଣା, ଦୀର୍ଘ ଦିନରୁ ଭେଟ ହୋଇ ନଥିବା ବନ୍ଧୁମାନଙ୍କୁ ଭେଟି ଭାଗ୍ୟବାନ ଅନୁଭବ କରିବେ !!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.