ଜୁଲାଇ ମାସ ୧୭ ତାରିଖ ୨୦୨୪ ମସିହା(ବୁଧବାର) ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି-ଏକାଦଶୀ ରାତ୍ରିଘ ୦୯/ ୦୭ଗତେ ଦ୍ଵାଦଶୀ, ସୁର୍ୟୋଦୟ -ପ୍ରାତଃ ଘ୦୫/୨୧/ ୨୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୩୪,ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୦୯/୦୭ ଗତେ ନୈଋତେ, ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କର୍କଟରାଶିର ଘାତବାର,କାଳବେଳା- ଦିବା ଘ୦୮/୩୬ଗତେ ଘ ୧୦/୧୫ ମଧ୍ୟେ,ବାରବେଳା -ଦିବା ଘ୧୧/୧୫ ଗତେଘ ୦୧/୩୨ ମଧ୍ୟେ,ମୃତେ ରାତ୍ରି ଘ ୦୯/୦୭ ଗତେ ଏକପାଦ ପୁଷ୍କର ଦୋଷ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୫୮ ମଧ୍ୟେ ଓ ରାତ୍ରି ଘ୦୭/ ୧୧ ଗତେ ଘ୦୯/୧୫ ମଧ୍ୟେ ଓ ଘ୦୨/୨୩ ଗତେ ଘ୦୫/୧୫ ମଧ୍ୟେ, ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୩/ ୪୬ ଗତେ ଘ୦୫/୨୪ ମଧ୍ୟେ, ଶିମ୍ବ ରାତ୍ରି ଘ୦୯/୦୭ଗତେ ପୋଇ ଭକ୍ଷଣ ନିଷେଧ।
ମେଷ👉ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
ବୃଷ👉ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
ମିଥୁନ👉ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମରଫଳ ମିଳିପାରିବ ।ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।
କର୍କଟ👉କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ ।ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟିକରିବ ।ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
ସିଂହ 👉ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ ।ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
କନ୍ୟା👉ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତାହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ ।ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
ତୁଳା👉ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।
ବିଛା👉ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
ଧନୁ👉 ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତାର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
ମକର👉ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆବନ୍ଧୁ ସୃଷ୍ଟିକରନ୍ତୁ ।ଆପଣ କିଛି ନୂଆବନ୍ଧୁ କରିପାରିବେ ।କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗରଦ୍ୱାର ଖୋଲିପାରେ ।
କୁମ୍ଭ👉ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ ।ଏଥିପାଇଁ ଆପଣ ନିରାଶ ହୋଇ ପଡ଼ିପାରେ ।ଆପଣଙ୍କର ସବୁକଥାରେ ବାଧା ରହିବ ଓ ଆକସ୍ମିକଅର୍ଥବ୍ୟୟ ହେବାର ଯୋଗରହିଛି ।
ମୀନ👉ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ ।କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।
ଆଜିର ରାଶିଫଳ
Prev Post
Next Post