ଆଜିର ରାଶିଫଳ

0 56

ଅକ୍ଟୋବରମାସ ୦୬ତାରିଖ ୨୦୨୪ମସିହା(ରବିବାର)ଆଶ୍ୱିନମାସ- ଶୁକ୍ଳପକ୍ଷ ,ତିଥି- ତୃତୀୟା ଘ୦୭/୨୭ ଗତେ ଚତୁର୍ଥୀ ,ନକ୍ଷତ୍ର-ବିଶାଖା ରାତ୍ରି ଘ୧୨/୩୭ ଗତେଅନୁରାଧା ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/୦୯ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୨୭/୧୬ ,ଯୋଗିନୀ ଅଗ୍ନିକୋଣେ ଦିବାଘ ୦୭/୨୭ ଗତେ ନୈରୁତେ , ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମେଷରାଶିର ଘାତବାର ,କାଳବେଳା ଓ ବାରବେଳା – ଦିବା ଘ୧୦/୦୭ ଗତେ ଘ୦୧/୦୫ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୩୪ଗତେ ଘ୦୮/୫୮ମଧ୍ୟେ ଓ ରାତ୍ରି ଘ୦୭/୪୪ଗତେ ଘ୦୯/୨୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୧୦ ଗତେ ଘ୦୪/୪୮ ମଧ୍ୟେ ,ଅଦ୍ୟ ମୂଳାଭକ୍ଷଣ ନିଷେଧ
ମେଷ:-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟାକରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ:-ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ:-ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ:-ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ:-ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା:-ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା:-ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା:-ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ:-ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ୟ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର:-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ:-ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
ମୀନ:-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।

ଶାରଦୀୟ ନବରାତ୍ରିର ଆଜି ଚତୁର୍ଥ ଦିନ
ଶାରଦୀୟ ନବରାତ୍ରି ୯ ଦିନରେ ମା’ ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା ଆରାଧନା କରାଯାଏ। ପ୍ରଥମେ ଦିନରେ ମା’ ଶୈଳପୁତ୍ରୀଙ୍କୁ ପୂଜା କରାଯାଏ।
ଶୈଳପୁତ୍ରୀ:-ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ।ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନାଦ୍ୱାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ। ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି।
ବ୍ରହ୍ମଚାରିଣୀ :-ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ। ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ। ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି।
ଚନ୍ଦ୍ରଘଣ୍ଟା :-ଏହା ଦେବୀଙ୍କ ଉଗ୍ରରୂପ । ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ। ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ।
କୁଷ୍ମାଣ୍ଡା:- ନବରାତ୍ରର (ଚତୁର୍ଥ ସ୍ୱରୁପ) ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି। ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି।୤ ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି।!!ଜୟଜଗନ୍ନାଥଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.