ଆଜିର ରାଶିଫଳ

0 48

ଅକ୍ଟୋବର ମାସ ୨୬ ତାରିଖ ୨୦୨୪ମସିହା (ଶନିବାର),କାର୍ତ୍ତିକମାସ- କୃଷ୍ଣପକ୍ଷ,ତିଥି- ଦଶମୀ ଶେଷରାତ୍ରି ଘ ୦୫୧୯ ଗତେ ଏକାଦଶୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୫୦/ ୦୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୩/ ୩୬,ଯୋଗିନୀ ଉତ୍ତରେ ଶେଷରାତ୍ରି ଘ ୦୫/୧୯ ଗତେ ଅଗ୍ନିକୋଣେ,ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କର୍କଟରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,କାଳବେଳା -ଦିବା ଘ୦୭/୧୮ମଧ୍ୟେ ଓ ଦିବା ଘ୦୩/୪୪ଗତେଘ୦୫/୧୧ମଧ୍ୟେ,ବାରବେଳା – ଦିବା ଘ୧୨/୫୦ ଗତେ ଘ୦୨/ ୧୮ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବାଘ ୦୭/୨୬ଗତେ ଘ୦୯/୫୦ ମଧ୍ୟେ ଓଘ୦୨/୧୯ଗତେ ଘ୦୩/ ୨୫ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୨/୦୧ ଗତେ ଘ୦୨/୪୮ ମଧ୍ୟେ,ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ।
ମେଷ👉ଆଜି ଶୁଭଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟପାଇବେ।ବେୟ ଅଧିକ ହେଲେ ମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ।ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତରହିପାରେ।ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ।ଯାତ୍ରା,ପ୍ରଶାସନ,ବାଣିଜ୍ୟ, ବ୍ୟବସାୟକ୍ଷେତ୍ର ମନ୍ଦ ହେବନି।
ବୃଷ👉ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।କିନ୍ତୁ ମନୋରଞ୍ଜନ ପ୍ରୀତିପ୍ରଦ ହେବନାହିଁ।ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକ ତା,ଏଜେନ୍ସିରେ ସମସ୍ୟା ଦୂର ହେବ।
ମିଥୁନ👉ଆଜି ଅଧିକ ବ୍ୟୟ ହେବ । ଯାହା ଖୋଜୁଥିବେ ତାହା ପାଇବେ ନାହିଁ, ବରଂ ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ,ସଭାସମିତିରେ ସୁବିଧା ଓ ସୁଯୋଗ ଲାଭ କରିବେ।ସାଧାରଣ କଥାରେ ଯୁକ୍ତିତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି।ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
କର୍କଟ👉ଆଜି ପାପଗ୍ରହମଧ୍ୟସ୍ଥ ରାଶ୍ୟାଧିପ ହେତୁ ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସୁଯୋଗ ହରାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ।ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କେତେକ ଘରୋଇ କାରଣକୁ ନେଇ ଅଶାନ୍ତ ରହିବେ।
ସି˚ହ👉ଆଜି କୌଣସି ସ୍ଥାନକୁ ଯିବା ସମୟରେ ନିଜ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଗୁରୁକ୍ଷେତ୍ରସ୍ଥ ମଙ୍ଗଳଙ୍କ ଯୋଗୁ ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ।ଅଫିସରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା👉ଆଜି କର୍ମକ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକାମିରେ ପଡ଼ିବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଷ୍ଟେସନାରି ଜିନିଷ, ଧାତୁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଯାତ୍ରା ଓ ପରିବହନ ପାଇଁ ଦିନଟି ଭଲ।
ତୁଳା👉ଆଜି ଖରାପ୍ ଗ୍ରହଙ୍କ ପ୍ରଭାବରେ ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନରେ ସତର୍କ ରହିବା ଭଲ ହେବ। କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁ ଉପଦ୍ରବ କେତେକାଂଶ ରେ କମିଯାଇପାରେ।
ବିଛା👉ଆଜି ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି ନିଜ କାମରେ ମନଦେବା ଭଲ ହେବ। ଜ୍ୟେଷ୍ଠା ନକ୍ଷତ୍ର ଅନ୍ୟମାନଙ୍କ ବିଷୟ ଚିନ୍ତାକରି ନିଜ ପ୍ରତି ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କପ୍ରାପ୍ୟ ଅବଶ୍ୟପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାରେ ସମର୍ଥ ହେବେ।
ଧନୁ👉ଆଜି ପାପଯୁକ୍ତ ଗୁରୁଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗିରହୁଥିବାରୁ କୌଣସିକାମ ଉତ୍ସାହଜନକ ହୋଇ ନପାରେ।ସମସ୍ୟାର ସରଳସମାଧାନ ହୋଇ ଉନ୍ନତି ପରିଲକ୍ଷିତହେବ।ମୂଲ୍ୟବାନଜିନିଷ କ୍ରୟ କରିବା ସକାଶେ ମନବଳାଇବେ, ଗୃହ,ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍‌ ସମ୍ପର୍କୀୟ ଚିନ୍ତା କରି ପାରନ୍ତି।
ମକର👉ଆଜି ସ୍ବନକ୍ଷତ୍ରସ୍ଥ ଉଚ୍ଚାଂଶରେ ଓ ପାପଗ୍ରହ ମଧ୍ୟସ୍ଥ ହେତୁ ଅସ୍ଥିରତା ଲାଗିରହିବ। ବୈବାହିକ ସମ୍ବନ୍ଧ ନେଇ ନୂତନବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସମ୍ଭାବନା ରହିଛି।ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବ।ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ।ପ୍ରିୟ ବନ୍ଧୁମାନଙ୍କଠାରୁ ଆଦର ଅଭ୍ୟର୍ଥନା ମିଳିବ।
କୁମ୍ଭ👉ଆଜି ପୂର୍ବପରି ସବୁ କିଛି ଠିକ୍‌ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। ଆର୍ଥିକ ଅନଟନ, କାର୍ଯ୍ୟହାନି,ବିଭିନ୍ନପ୍ରକାର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ।ଯାହା କହିବାପାଇଁ ଭାବୁଥିବେ ତାହା ବନ୍ଧୁଙ୍କମୁହଁ ସାମ୍ନାରେ ପ୍ରକାଶ କରିପାରିବେନାହିଁ। କାର୍ଯ୍ୟସିଦ୍ଧି ମନରେ ପ୍ରଫୁଲ୍ଲତା ଆଣିପାରେ।
ମୀନ👉ଆଜି ଭାଗ୍ୟସ୍ଥାନପ୍ରତି ଶୁଭଗ୍ରହଙ୍କ ଦୃଷ୍ଟି ଯୋଗୁ ସମସ୍ତକାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ।ନୂତନଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହୋଇପାରନ୍ତି।ବାଦବିବାଦରେ ଆପୋସ ସମାଧାନ ଘଟିବ।ବନ୍ଧୁଙ୍କଉପରେ ବୃଥା ସନ୍ଦେହ କରନ୍ତୁନାହିଁ।
!!ଜୟଜଗନ୍ନାଥ,ଜୟ ସୋମନାଥ, ଜୟ ମାଯୋଗମାୟା!!

 

 

Leave A Reply

Your email address will not be published.