ଆଜିର ରାଶିଫଳ

ନଭେମ୍ବରମାସ ୨୦ତାରିଖ ୨୦୨୪ମସିହା(ବୁଧବାର)ମାର୍ଗଶୀର ମାସ- କୃଷ୍ଣପକ୍ଷ ,ତିଥି- ପଞ୍ଚମୀ ଦିବା ଘ ୦୪/୫୧ ଗତେ ଷଷ୍ଠୀ ,ନକ୍ଷତ୍ର- ପୁନର୍ବସୁ ଦିବା ଘ ୦୩/୩୨ ଗତେ ପୂଷ୍ୟା ,ସୁର୍ୟୋଦୟ-ପ୍ରାତଃ ଘ୦୬/୩/୦୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୦୦ ,ଯୋଗିନୀ ଦକ୍ଷିଣେ ଦିବା ଘ ୦୪/୫୦ ଗତେ ପଶ୍ଚିମେ , ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କର୍କଟରାଶିର ଘାତବାର ,କାଳବେଳା -ଦିବା ଘ୦୮/୪୬ ଗତେ ଘ୧୦/୧୦ ମଧ୍ୟେ ,ବାରବେଳା – ଦିବା ଘ୧୧/୩୦ ଗତେ ଘ୧୨/୫୩ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୬/୫୨ ମଧ୍ୟେ ଓ ଘ୦୭/୪୦ଗତେ ଘ୦୮/୪୫ ମଧ୍ୟେ ଓ ଘ୧୦/୫୦ ଗତେ ଘ୧୧/୨୯ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୫୩ ଗତେ ଘ୦୭/୩୯ ମଧ୍ୟେ ଓ ଘ୦୨/୦୩ ଗତେ ଘ୦୪/୩୦ ମଧ୍ୟେ ,ଅଦ୍ୟ ବେଲ ଦିବା ଘ୦୪/୫୧ ଗତେ ନିମ୍ବ ଭକ୍ଷଣ ନିଷେଧ।
ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।
ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ।ଦୀର୍ଘଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।
ମିଥୁନ:-ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।
କର୍କଟ:-ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।
ସିଂହ:-ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାରସୁଯୋଗ ଲାଭକରି ଖୁସୀହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।
କନ୍ୟା:-ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶୟ ନେଇପାରନ୍ତି।
ତୁଳା:-ଦୀର୍ଘଦିନରୁ ପାଉନଥିବାଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କାପାଇ ଆବଶ୍ୟକତାକୁ ପୂରଣକରିବେ।ଯେକୌଣସି ଗୁରୁତ୍ୱପୂର୍ଣ୍ଣନିଷ୍ପତି ନେବାପୂର୍ବରୁ ପରିବାର ସହ ଆଲୋଚନାକରିବା ଭଲହେବ।ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗଦେଲେ ପ୍ରଶଂସିତହେବେ।କିନ୍ତୁ ଦୈହିକଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା:-ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତିପ୍ରଦାୟକ ରହିବ।ଉଚ୍ଚବର୍ଗଙ୍କସହାୟତା, ପାଖପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।
ଧନୁ:-ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।
ମକର:-ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।
କୁମ୍ଭ:-ସରକାରୀସାହାଯ୍ୟ,ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନବୃଦ୍ଧି କରିବ।ସ୍ଥଗିତକାର୍ଯ୍ୟ,ବିବାଦୀୟସ୍ଥିତି,ସହକର୍ମୀଙ୍କଅସହଯୋଗ କ୍ରମଶଃ ବଦଳିଯାଇପାରେ।ସମ୍ପର୍କୀୟମାନଙ୍କସାହାଯ୍ୟ ଅସମ୍ପୂର୍ଣ୍ଣକାମକୁ ସମ୍ପୂର୍ଣ୍ଣକରାଇବାର ସମ୍ଭାବନାରହିଛି।ବିବାଦୀୟପରିସ୍ଥିତିରେ ପ୍ରିୟକଥା କହି ସମସ୍ୟାକୁ ସୁଧାରିନେବାକୁ ଚେଷ୍ଟା କରିବେ।
ମୀନ:-ଲାଗିରହିଥିବା ଟେନସନ୍‌ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.