ଡିସେମ୍ବରମାସ ୧୮ତାରିଖ ୨୦୨୪ମସିହା (ବୁଧବାର)ପୌଷମାସ- କୃଷ୍ଣପକ୍ଷ,ତିଥି- ତୃତୀୟା ଦିବା ଘ ୧୦/୦୨ ଗତେ ଚତୁର୍ଥୀ,ସୁର୍ୟୋଦୟ-ପ୍ରାତଃ ଘ୦୬/୧୯/୧୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୭/୪୩,
ଯୋଗିନୀ ଅଗ୍ନିକୋଣ ଦିବା ଘ୧୦/୦୨ ଗତେ ନୈରୁତେ,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କର୍କଟରାଶିର ଘାତବାର,କାଳବେଳା -ଦିବା ଘ୦୯/୦୧ ଗତେ ଘ୧୦/୨୪ ମଧ୍ୟେ,ବାରବେଳା – ଦିବା ଘ୧୧/୪୪ ଗତେ ଘ୦୧/୦୬ ମଧ୍ୟେ,
ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୯ ମଧ୍ୟେ ଓ ଘ୦୭/୫୯ ଗତେ ଘ୦୮/୪୬ ମଧ୍ୟେ ଓ ରାତ୍ରି ଘ୦୫/୫୭ ଗତେ ଘ୦୬/୪୮ ମଧ୍ୟେ,
ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୭/୧୦ ଗତେ ଘ୦୭/୫୮ ମଧ୍ୟେ,ଅଦ୍ୟ ପୋଟଳ ଦିବା ଘ୧୦/୦୨ ଗତେ ମୂଳା ଭକ୍ଷଣ ନିଷେଧ।
ମେଷ:-ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ।ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।
ବୃଷ:-ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ।ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।
ମିଥୁନ:- ଦିନଟି ଠିକ୍ଠାକ୍ ରହିବ।ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ।ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସିରହିବେ।ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବାପାଇଁ ଦିନଟି ବହୁତ ଭଲ।
କର୍କଟ:-ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବାପାଇଁ ନୂଆ ପ୍ରସ୍ତାବ ମିଳିବ।ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କସହିତ ତାଳମେଳ ବଜାୟ ରହିବ।
ସି˚ହ:-ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ।କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ।ବିଦେଶ ରେ ଜଡ଼ିତବ୍ୟବସାୟୀ ଆଜି ବଡ଼ଡିଲ୍ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।
କନ୍ୟା:-ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷାକ୍ଷେତ୍ରରେ ଉନ୍ନତିହେବ।ବ୍ୟବସାୟୀ ଙ୍କୁ ଧନଲାଭ ହେବ।ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।
ତୁଳା:-ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ।ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ।ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।
ବିଛା:-ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବାଲାଗି ସୁବର୍ଣ୍ଣ ସୁଯୋଗ ମିଳିବ।ପରିବାର ଲାଗି ଦିନଟି ଅନୁକୂଳ ରହିବ।
ଧନୁ:-ପୂରାଦିନ ନୂଆ ଉତ୍ସାହଭରା ରହିବେ।ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ।ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ।ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।
ମକର:-ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ।ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ।ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।
କୁମ୍ଭ:-ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ।ଶୁଭ ସମାଚାର ମିଳିବାଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କସହିତ କିଛି ଭଲ ହେବ।ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
ମୀନ:-ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post