ଆଜିର ରାଶିଫଳ

ଜାନୁଆରୀମାସ ୦୬ତାରିଖ ୨୦୨୫ମସିହା (ସୋମବାର)ପୌଷମାସ- ଶୁକ୍ଳପକ୍ଷ ,ତିଥି- ସପ୍ତମୀ ରାତ୍ରି ଘ ୦୬/୨୦ ଗତେ ଅଷ୍ଟମୀ ,ନକ୍ଷତ୍ର- ଉତ୍ତରଭାଦ୍ର ରାତ୍ରି ଘ୦୭/୩୯ଗତେ ରେବତୀ ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୦୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୮/୫୭ ,ଯୋଗିନୀ ବାୟବ୍ୟେ ରାତ୍ରି ଘ୦୬/୨୦ ଗତେ ଐଶାନ୍ୟେ ,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ଧନୁରାଶିର ଘାତଚନ୍ଦ୍ର ,ମିଥୁନରାଶିର ଘାତବାର ,କାଳବେଳା -ଦିବା ଘ୦୭/୪୭ ଗତେ ଘ୦୯/୧୦ମଧ୍ୟେ ,ବାରବେଳା -ଦିବା ଘ୦୨/୩୭ ଗତେ ଘ୦୪/୦୦ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୬ ମଧ୍ୟେ ଓ ଘ୦୯/୪୦ ଗତେ ଘ୧୨/୦୪ମଧ୍ୟେ ଓ ରାତ୍ରି ଘ୦୭/୪୩ ଗତେ ଘ୧୦/୫୩ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି ,ଅଦ୍ୟ ତାଳ ଭକ୍ଷଣ ନିଷେଧ
ମେଷ:-ବ୍ୟବସାୟୀମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକଲାଭ ମିଳିବ।ଲମ୍ବାସମୟର ଆର୍ଥିକ ଆୟୋଜନ ମଧ୍ୟ କରିପାରିବେ।ଶରୀର ଏବଂ ମନ ସୁସ୍ଥରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
ବୃଷ:-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।
ମିଥୁନ:-ସମସ୍ତକାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବକରିବେ।ମାତା ଏବଂ ମହିଳାମାନଙ୍କମାମଲାରେ ଅଧିକ ସମ୍ବେଦନଶୀଳହେବେ।ବିଚାରର ଭରମାରରେ ମାନସିକଆଳସ୍ୟ ଅନୁଭବକରିବେ।ଅନିଦ୍ରାକାରଣରୁ ଶାରୀରିକଅସୁସ୍ଥତା ହୋଇପାରେ।ପାଣି କିମ୍ବା ଅନ୍ୟ ତରଳପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ:-କାର୍ଯ୍ୟସଫଳ ପାଇଁ ଆଜିର ଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ। ଲଘୁ ଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ। ଆର୍ଥିକ ଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧିମାନଙ୍କୁ ପରାଜିତ କରି ପାରିବେ।
ସିଂହ:-ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା:-ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତକରି ନିଜରକାମ କାଢ଼ିପାରିବେ।ବ୍ୟବସାୟଦୃଷ୍ଟିରେ ଆଜିରଦିନ ଲାଭଦାୟକ ପ୍ରମାଣିତହେବ।ଆପଣଙ୍କ ସ୍ଵାସ୍ଥ୍ୟ ଭଲରହିବ ଏବଂ ମନମଧ୍ୟ ସୁସ୍ଥରହିବ।ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖଆନନ୍ଦ ପ୍ରାପ୍ତିହେବ। ଧନଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା:-ଆଜି ଆପଣ ଅନ୍ୟ ବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି। ପରୋପକାର ବଦଳରେ ଉପକାର ମିଳିପାରେ।ଆୟଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ।ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।
ବିଚ୍ଛା:-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ। ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ବିବାହପାଇଁ ସଂଯୋଗ ବନିବ। ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କକାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ପରୋପକାର ଭାବନା ଆଜି ବଲବତ୍ତର ରହିବ। ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ। ଚାକିରି-ବ୍ୟବସାୟରେ ମାନସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର:-ଆପଣଙ୍କ ଆଜିରଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ। ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆ ବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସିକୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ:-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ। ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି। ବାଣୀ ଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ:-ଆଜିରଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ। ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.