ଆଜିର ରାଶିଫଳ

ଜାନୁଆରୀମାସ ୨୫ତାରିଖ ୨୦୨୫ ମସିହା (ଶନିବାର)ମାଘମାସ- କୃଷ୍ଣପକ୍ଷ,ତିଥି- ଏକାଦଶୀ ରାତ୍ରି ଘ ୦୮/୪୯ ଗତେ ଦ୍ୱାଦଶୀ,ନକ୍ଷତ୍ର- ଅନୁରାଧା ଦିବା ଘ ୦୭/୫୯ ଗତେ ଜ୍ୟେଷ୍ଠା,ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୪୬,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/ ୨୨,ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୦୮/୪୯ ଗତେ ନୈରୁତେ,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ବୃଷ,ସିଂହ ଓ କନ୍ୟାରାଶିର ଘାତବାର,କାଳବେଳା -ଦିବା ଘ୦୭/୪୯ମଧ୍ୟେ ଓ ଦିବା ଘ୦୪/୧୦ଗତେ ଘ୦୫/୩୩ମଧ୍ୟେ,ବାରବେଳା – ଦିବା ଘ୦୧/୨୬ ଗତେ ଘ୦୨/୪୯ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୧୦/୨୬ ଗତେ ଘ୦୧/୩୭ ମଧ୍ୟେ ଓ ରାତ୍ରି ଘ୦୭/୫୬ ଗତେ ଘ୧୦/୧୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ଶିମ୍ବ ରାତ୍ରି ଘ୦୮/୪୯ ଗତେ ପୋଇ ଭକ୍ଷଣ ନିଷେଧ।
ମେଷ :-ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ ।ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବାପାଇଁ ଚ଼େଷ୍ଟାକରନ୍ତୁ ଯେ ଭୁଲ କାହାର ଏବଂ କେଉଁଠିହୋଇଛି ।ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ।
ବୃଷ :-ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ ।ନିଜବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
ମିଥୁନ :- ପୂର୍ବରୁ ବିରୁଦ୍ଧରେଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ ।ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳମିଳିପାରିବ ।ଶତ୍ରୁ ଅପସରି ଯିବେ ।କିନ୍ତୁ ଆପଣ ନିଜ କ୍ରୋଧଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।
କର୍କଟ:-କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ ।ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟିକରିବ ।ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲାକରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
ସିଂହ:-ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟାକରିବେ । Lଆପଣ ସେହି କାର୍ଯ୍ୟକରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
କନ୍ୟା :- ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟକରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା`ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ ।ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
ତୁଳା:-ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।
ବିଛା :-ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
ଧନୁ:-ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
ମକର :-ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରିପାରିବେ ।କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆସୁଯୋଗର ଦ୍ୱାର ଖୋଲିପାରେ ।
କୁମ୍ଭ:-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବନାହିଁ ।ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ ।ଆପଣଙ୍କର ସବୁକଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟହେବାର ଯୋଗରହିଛି ।
ମୀନ :-ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.