ଆଜିର ରାଶିଫଳ

ତମ୍ୱାବୋତଲରେ ପାଣି ପିଉଛନ୍ତି କି?

0 105

ଜୁନ୍ ମାସ ୦୫ତାରିଖ ୨୦୨୪ ମସିହା(ବୁଧବାର) ଜ୍ୟେଷ୍ଠମାସ- କୃଷ୍ଣପକ୍ଷ,ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୭/୫୨ଗତେ ଅମାବାସ୍ୟା,ନକ୍ଷତ୍ର- କୃତ୍ତିକା  ରାତ୍ରି ଘ୦୯/୫୦ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୩୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୫୧,
ଯୋଗିନୀ ପଶ୍ଚିମେ ରାତ୍ରି ଘ୦୭/୫୧ ଗତେ ଐଶାନ୍ୟେ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିଛାରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର,ଅଦ୍ୟ ମୃତେ ରାତ୍ରି ୦୯/୫୦ ମଧେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୮/୨୫ ଗତେ ଘ୧୦/୦୫ ମଧ୍ୟେ,ବାରବେଳା – ଦିବା ଘ୧୧/୪୨ ଗତେ ଘ୦୧/୨୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୩୪ ଗତେ ଘ୦୮/ ୨୪ମଧ୍ୟେ ଓ ଘ୦୧/୨୧ ଗତେ ଘ୦୪/୨୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି,
ଅଦ୍ୟ ବିରିଭକ୍ଷଣ ନିଷେଧ।
ମେଷ-ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।
ବୃଷ-ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ।ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ।ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତାବନ୍ଧନରେ ଆବଦ୍ଧ ହେବେ।କିନ୍ତୁ ମନୋରଞ୍ଜନ ପ୍ରୀତିପ୍ରଦ ହେବନାହିଁ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା,ଏଜେନ୍ସିରେସମସ୍ୟା ଦୂର ହେବ।
ମିଥୁନ-ଆଜି ଅଧିକ ବ୍ୟୟ ହେବ । ଯାହା ଖୋଜୁଥିବେ ତାହା ପାଇବେ ନାହିଁ, ବରଂ ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ସଭା ସମିତିରେ ସୁବିଧା ଓ ସୁଯୋଗ ଲାଭ କରିବେ। ସାଧାରଣ କଥାରେ ଯୁକ୍ତି ତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି।ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
କର୍କଟ-ଆଜି ପାପଗ୍ରହମଧ୍ୟସ୍ଥ ରାଶ୍ୟାଧିପ ହେତୁ ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସୁଯୋଗ ହରାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କେତେକ ଘରୋଇ କାରଣକୁ ନେଇ ଅଶାନ୍ତ ରହିବେ।
ସି˚ହ-ଆଜି କୌଣସି ସ୍ଥାନକୁ ଯିବା ସମୟରେ ନିଜ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଗୁରୁକ୍ଷେତ୍ରସ୍ଥ ମଙ୍ଗଳଙ୍କ ଯୋଗୁ ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଅଫିସରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା-ଆଜି କର୍ମକ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସକରି ଠକାମିରେ ପଡ଼ିବେ।ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କସହ ମନୋମାଳିନ୍ୟଯୋଗୁ ମନ ଉଦାସ ରହିବ।ଷ୍ଟେସନାରିଜିନିଷ, ଧାତୁଅଳଙ୍କାର,ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।ଯାତ୍ରା ଓ ପରିବହନ ପାଇଁ ଦିନଟି ଭଲ।
ତୁଳା-ଆଜି ଖରାପ୍ ଗ୍ରହଙ୍କ ପ୍ରଭାବରେ ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନରେ ସତର୍କ ରହିବା ଭଲ ହେବ। କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।
ବିଛା-ଆଜି ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି ନିଜ କାମରେ ମନଦେବା ଭଲ ହେବ। ଜ୍ୟେଷ୍ଠା ନକ୍ଷତ୍ର ଅନ୍ୟମାନଙ୍କ ବିଷୟ ଚିନ୍ତାକରି ନିଜ ପ୍ରତି ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାରେ ସମର୍ଥ ହେବେ।
ଧନୁ-ଆଜି ପାପଯୁକ୍ତ ଗୁରୁ ଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗିରହୁଥିବାରୁ କୌଣସି କାମ ଉତ୍ସାହଜନକ ହୋଇ ନ ପାରେ। ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍‌ ସମ୍ପର୍କୀୟ ଚିନ୍ତା କରିପାରନ୍ତି।
ମକର-ଆଜି ସ୍ବନକ୍ଷତ୍ରସ୍ଥ ଉଚ୍ଚାଂଶରେ ଓ ପାପଗ୍ରହ ମଧ୍ୟସ୍ଥ ହେତୁ ଅସ୍ଥିରତା ଲାଗିରହିବ। ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସମ୍ଭାବନା ରହିଛି।ରାଜନୀତିକ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ।ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ।ପ୍ରିୟ ବନ୍ଧୁମାନଙ୍କଠାରୁ ଆଦରଅଭ୍ୟର୍ଥନା ମିଳିବ।
କୁମ୍ଭ-ଆଜି ପୂର୍ବପରି ସବୁ କିଛି ଠିକ୍‌ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ।ଯାହା କହିବାପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ।କାର୍ଯ୍ୟସିଦ୍ଧି ମନରେ ପ୍ରଫୁଲ୍ଲତା ଆଣିପାରେ।
ମୀନ-ଆଜି ଭାଗ୍ୟସ୍ଥାନ ପ୍ରତି ଶୁଭ ଗ୍ରହଙ୍କ ଦୃଷ୍ଟି ଯୋଗୁ ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ନୂତନ ଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହୋଇପାରନ୍ତି। ବାଦବିବାଦରେ ଆପୋସ ସମାଧାନ ଘଟିବ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।

ତମ୍ୱାବୋତଲରେ ପାଣି ପିଉଛନ୍ତି କି? ଗଣ୍ଠିବିନ୍ଧାରୁ ମିଳିବ ଆଜୀବନ ମୁକ୍ତି….
ଯୁଗଯୁଗଧରି ଲୋକମାନେ ତମ୍ୱା ବୋତଲରେ ପାଣିପିଇ ଆସୁଛନ୍ତି। ଏଥିରେ ପାଣି ପିଇବାଦ୍ୱାରା ଆପଣଙ୍କରସ୍ୱାସ୍ଥ୍ୟ ଭଲ ରହିଥାଏ । ସେହିପରି କୌଣସିପ୍ରକାରର ରୋଗ ସହଜରେ ଶରୀରରେ ପ୍ରବେଶ କରିପାରିନଥାଏ।ତମ୍ୱା ପାଚନତନ୍ତ୍ରକୁ ସୁସ୍ଥ ରଖିବା ସହ ଏସିଡିଟି ଭଳି ସମସ୍ୟାରୁ ମୁକ୍ତ କରିଥାଏ। ତମ୍ୱା ବୋତଲରେ ପାଣି ପିଇବାଦ୍ୱାରା ହୃଦରୋଗ ଏବଂ ଷ୍ଟ୍ରୋକର ବିପଦ ଦୂର ହୋଇଥାଏ।ଦୈନିକ ତମ୍ୱା ବୋତଲରେ ପାଣି ପିଇବା ଦ୍ୱାରା ତ୍ୱଚା ଏବଂ କେଶଜନିତ ସମସ୍ୟା ଦୂରକରି ସୁସ୍ଥ ରଖିଥାଏ। ଏହା ମେଟାବୋଲିଜିମକୁ ବଢାଇଥାଏ। ଯାହାଦ୍ୱାରା ଶରୀରର କ୍ୟାଲୋରୀ ବର୍ନ ହୋଇଥାଏ ଏବଂ ମୋଟାପଣ କମିଥାଏ। ତମ୍ୱାବୋତଲରେ ପାଣି ପିଇବାଦ୍ୱାରା ଗଣ୍ଠିବିନ୍ଧାରୁ ମୁକ୍ତି ମିଳିଥାଏ।ଏଥିସହ ଥାଇରଏଡ୍ ଗ୍ଲାଣ୍ଡକୁ ନିୟନ୍ତ୍ରିତ କରି ରଖିଥାଏ। ଏହା କର୍କଟରୋଗର ଉପଚାର ମଧ୍ୟ କରିଥାଏ। କୋଲେଷ୍ଚ୍ରୋଲ ଏବଂ ଫ୍ୟାଟି ସବଷ୍ଟାନ୍ସକୁ ମଧ୍ୟ କମାଇଥାଏ ।ଶରୀରରେ ହେଉଥିବା ନାନାଦି ସଂକ୍ରମଣକୁ ମଧ୍ୟ ନିୟନ୍ତ୍ରଣ କରିଥାଏ। ଯାହାଦ୍ୱାରା ଆପଣ ରୋଗମୁକ୍ତ ରହିଥାନ୍ତି। ତେବେ ବିଶ୍ୱସ୍ୱାସ୍ଥ୍ୟ ସଂଗଠନ ମତରେ ଜଣେବ୍ୟକ୍ତି ଦୈନିକ ଲିଟରପିଛା ୨ମିଲିଗ୍ରାମ ତମ୍ୱା ଗ୍ରହଣ କରିବା ଉଚିତ!!ଜୟଜନ୍ନାଥ, ଜୟ ସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.