ଆକାଶମାର୍ଗରୁ ପରିସ୍ଥିତି ଆକଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୨ା୯(ଏସଏସନିଉଜ) ମୁଖ୍ୟମନ୍ତ୍ରୀ ମୋହନଚରଣମାଝୀ ଆଜି ମାଲକାନଗିରିଜିଲ୍ଲା ଗସ୍ତକରି ଲଗାଣବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷାକରି ସାତଦିନମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନକରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭାଙ୍ଗି ଯାଇଥିବା ସମସ୍ତ କଚ୍ଚାଘର ନିମନ୍ତେ ତୁରନ୍ତ ସହାୟତା ପ୍ରଦାନଉପରେ ଗୁରୁତ୍ବଆରୋପ କରିଛନ୍ତି।ବିଜୁଳି ସଂଯୋଗୀକରଣ କାର‌୍ୟ୍ୟକୁ ଅଗ୍ରାଧିକାର ଭିତ୍ତିରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗର ସମ୍ଭାବନାକୁ ରୋକିବା ପାଇଁ ପର‌୍ୟ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି। ବୈଠକରେ ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ନବରଙ୍ଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ଶ୍ରୀ ନରସିଂହ ମାଡକାମୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓ ରଞ୍ଜନ ସିଂ, ଦକ୍ଷିଣାଞ୍ଚଳ ଡିଆଇଜି ଶ୍ରୀ ଚରଣ ସିଂ ମୀନା, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ୱର ପାଟିଲ ଉପସ୍ଥିତ ଥିଲେ।

- Advertisement -

Leave A Reply

Your email address will not be published.