ଭୁବନେଶ୍ୱର,୧/୧୨(ଏସଏସନିଉଜ) ଗୁଜୁରାଟ ବିଧାନସଭାର ଆଜି ପ୍ରଥମପର୍ଯ୍ୟାୟ ମତଦାନ । ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏଁ ଭୋଟ ଗ୍ରହଣ ହେବ । । ୧୯ ଜିଲ୍ଲାର ୮୯ ଆସନ ପାଇଁ ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟ ରେ ୭୮୮ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ୨ କୋଟି ୩୯ ଲକ୍ଷରୁ ଅଧିକ ଭୋଟର ଭୋଟ ଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏଁ ଭୋଟ ଗ୍ରହଣ କରାଯିବ। ୧୯ ଜିଲ୍ଲାରେ ଭୋଟ ଗ୍ରହଣ ପାଇଁ ୨୫ ହଜାର ୪୪୩ ମତଦାନ କେନ୍ଦ୍ର କରାଯାଇଛି। ଶାନ୍ତି ଶୃଙ୍ଖଳାର ସହ ମତଦାନ ସାରିବାକୁ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି ।
ଆଜି ପ୍ରଥମପର୍ଯ୍ୟାୟ ମତଦାନ
