ଆଜିର ରାଶିଫଳ

ଜୁଲାଇମାସ ୦୧ତାରିଖ ୨୦୨୪ ମସିହା (ସୋମ ବାର)ଆଷାଢ଼ମାସ- କୃଷ୍ଣପକ୍ଷ,ତିଥି- ଦଶମୀ ଦିବା ଘ ୧୦/୪୮ ଗତେ ଏକାଦଶୀ,ନକ୍ଷତ୍ର- ଅଶ୍ଵିନୀ ଦିବା ଘ ୦୭/୨୩ ଗତେ ଦ୍ଵିଜା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୫/୩୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୫୯,
ଯୋଗିନୀ ଉତ୍ତରେ ଦିବା ଘ୧୦/୪୮ ଗତେ ଅଗ୍ନିକୋଣେ,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ଦଶମୀରଏକୋଦିଷ୍ଟ ଶ୍ରାଦ୍ଧ,ମେଷରାଶିର ଘାତଚନ୍ଦ୍ର,ମିଥୁନରାଶିର ଘାତବାର,କାଳବେଳା -ଦିବା ଘ୦୬/୫୪ ଗତେ ଘ୦୮/୩୩ ମଧ୍ୟେ,ବାରବେଳା – ଦିବା ଘ୦୩/୦୭ ଗତେ ଘ୦୪/୪୭ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୩୪ ଗତେ ଘ୧୦/୦୪ ମଧ୍ୟେ ଓ ରାତ୍ରି ଘ୦୯/୩୬ ଗତେ ଘ୧୨/୪୮ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୦୪/୦୦ ଗତେ ଘ୦୪/୪୮ ମଧ୍ୟେ,କଳମଶାଗ ଦିବା ଘ୧୦/୪୮ ଗତେ ଶିମ୍ବ ଭକ୍ଷଣ ନିଷେଧ।
ମେଷ:-ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ:-ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ:-ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ:-ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି , ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ:-ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
କନ୍ୟା:-ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିରକାରଣ ହୋଇଥିଲା,ସମସ୍ତଙ୍କର ଅଶାନ୍ତିରକାରଣ ହୋଇଥିଲା,ଏବେ ଶେଷହୋଇଯିବ ।
ତୁଳା:-ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ ।ନିଜ ପସନ୍ଦରଖାଦ୍ୟ ଓ ପୁରାତନଘନିଷ୍ଠ ବନ୍ଧୁ ମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
ବିଛା:-ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନ:-ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି
ମକର:-ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
କୁମ୍ଭ:-ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
ମୀନ:-ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି ।ଏହିସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେରଖିବାର ସମୟ ଅଟେ ।ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱଦେବା ଉଚ଼ିତ୍ ହେବ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

Comments (0)
Add Comment