ଆଜିର ରାଶିଫଳ

ଜୁଲାଇମାସ ୧୩ତାରିଖ ୨୦୨୪ମସିହା(ଶନିବାର) ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି- ସପ୍ତମୀ ଦିବା ଘ ୦୨/୫୭ ଗତେ ଅଷ୍ଟମୀ,ନକ୍ଷତ୍ର- ହସ୍ତା ରାତ୍ରି ଘ୦୭/୫୨ ଗତେ ଚିତ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୫୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୦୯,
ଯୋଗିନୀ ବାୟବ୍ୟେ ଦିବା ଘ ୦୨/୫୭ଗତେ ଐଶାନ୍ୟେ,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବୃଷରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,କାଳବେଳା -ଦିବା ଘ ୦୬/୫୮ ମଧ୍ୟେ ଓ ଦିବା ଘ୦୪/୪୬ ଗତେ ଘ୦୬/୨୫ ମଧ୍ୟେ,ବାରବେଳା – ଦିବା ଘ୦୧/୩୦ ଗତେ ଘ ୦୩/୩୯ ମଧ୍ୟେ,ମୃତେ ଦ୍ଵିପାଦ ଦୋଷ ଦିବା ଘ୦୩/୫୭ଗତେ ଏକପାଦ ପୁଷ୍କର ଦୋଷ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୩ ଗତେ ଘ୧୦/ ୦୮ମଧ୍ୟେ ଓ ଘ୧୨/୩୨ ଗତେ ଘ୦୧/୨୯ ମଧ୍ୟେ, ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୨୦/୧୨ ଗତେ ଘ୧୨/୦୦ ମଧ୍ୟେ, ତାଳ ଦିବା ଘ୦୨/୫୭ ଗତେ ନଡ଼ିଆ ଭକ୍ଷଣ ନିଷେଧ।
ମେଷ:-ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
ବୃଷ:-ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:- ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
କର୍କଟ:-ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
ସିଂହ:-ଆପଣଙ୍କମନ ପ୍ରସନ୍ନରହିବ।ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ।ଗଣମାଧୢମ ଓ ସ˚ଚାରକ୍ଷେତ୍ରରେ କାମକରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ।ପରିବାରଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
କନ୍ୟା:-ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସିରହିବେ।ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭହେବ।ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
ତୁଳା:- କାମଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ।ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ।ଖେଳାଳିମାନେ ସୁନାମଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
ବିଛା:- ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କରରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ।ବ୍ୟବସାୟରେ ନୂଆଚୁକ୍ତିପତ୍ର ହେବ। ଦାମ୍ପତ୍ୟଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
ଧନୁ:-କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
ମକର:- ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।
କୁମ୍ଭ:- ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟ କୁ ନେଇ ଭଲସଉଦା ହେବାର ସମ୍ଭାବନା। ପ୍ରିୟତମ ଙ୍କଠାରୁ ଉପହାର ପାଇବେ।
ମୀନ:-ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

Comments (0)
Add Comment