ମାର୍ଚ୍ଚମାସ ୧୯ତାରିଖ ୨୦୨୫ମସିହା (ବୁଧବାର)ଚୈତ୍ରମାସ- କୃଷ୍ଣପକ୍ଷତିଥି- ପଞ୍ଚମୀ ରାତ୍ରି ଘ୧୨/୪୯ଗତେ ଷଷ୍ଠୀ ,ନକ୍ଷତ୍ର- ବିଶାଖା ରାତ୍ରି ଘ୦୯/୪୨ ଗତେ ଅନୁରାଧା ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୬/୩୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୩୮ ,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୨/୪୯ ଗତେ ପଶ୍ଚିମେ କର୍କଟରାଶିର ଘାତବାର ,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ଅଦ୍ୟ ମୃତେ ରାତ୍ରି ଘ୦୯/୪୨ମଧେ ଏକପାଦ ପୁଷ୍କରଦୋଷ ,କାଳବେଳା -ଦିବା ଘ୦୮/୫୩ ଗତେ ଘ୧୦/୨୪ମଧ୍ୟେ ,ବାରବେଳା – ଦିବା ଘ୧୧/୫୩ ଗତେ ଘ୦୧/୨୫ ମଧ୍ୟେ ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/ ୨୦ମଧ୍ୟେ ଓ ଘ୦୧/୨୬ଗତେ ଘ୦୧ /୫୪ମଧ୍ୟେ ଓ ରାତ୍ରି ଘ୦୬/୪୪ଗତେ ଘ୦୯/୧୦ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୧୭ଗତେ ଘ୦୫/୫୪ମଧ୍ୟେ ,ବେଲ ଭକ୍ଷଣ ନିଷେଧ
ମେଷ:-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ ।ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତରଖିବାକୁ ଚ଼େଷ୍ଟାକରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ:-ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ :-ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ:-ଯଦି ଆପଣଙ୍କୁ ଏମିତି ଲାଗେଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇଆସିବେ ।ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ:-ଆଜି ଆପଣଙ୍କର ଭ୍ରମଣକରିବା ସମ୍ଭାବନା ଅଛି ।କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟରଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା:-ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି ।ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନହୁଏ ତେବେ ଆପଣ ନିଜପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା:-ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବାନିଶ୍ଚୟ ।କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣନାହିଁ, କାହିଁକି ନା ଉଚ୍ଚଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା:-ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବାପାଇଁ କୁଟନୀତିର ସାହାଯ୍ୟନିଅନ୍ତୁ ।ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ:-ଆଜିର ଦିନ ନିଜପରିବାର ଲୋକଙ୍କ ସହି ରହିବା ପାଇଁ ଶୁଭଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକଉତ୍ସବରେ ମଧ୍ୟ ଭାଗନେବେ ।
ମକର:-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମସୀମାରେ ରହିବ ।ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନାଦ୍ୱାରା ଅନ୍ୟମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥାବ୍ୟୟ ହେବ।କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ:-ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବାବସ୍ତୁ କିମ୍ବ ମନବାନ୍ଛିତଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗଅଛି।ଦିନଟି ପ୍ରିତିପଦ ରହିବ।
ମୀନ:-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତାଦେବ ।ଆଜି ସବୁକିଛି ଆପଣଙ୍କର ଇଚ୍ଛାଅନୁସାରେ ହିଁ ହେବ ।ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କଭାଗ୍ୟ ଯୋଗୁଁ ହେଉଛି ।ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭଉଠାନ୍ତୁ ।!!ଜୟଜଗନ୍ନାଥ, ଜୟସୋମନାଥ,ଜୟମାଯୋଗମାୟା!!