ଶୁକ୍ରବାର୨୦୨୨ ମସିହା ମାର୍ଚ୍ଚ ମାସ ୨୫ ତାରିଖ,ଚୈତ୍ର ମାସ- କୃଷ୍ଣପକ୍ଷ,ତିଥି- ଅଷ୍ଟମୀ ,ନକ୍ଷତ୍ର – ମୂଳା ,ବିଛା, ଧନୁ ଓ ମୀନ ରାଶି ର ଘାତବାର,ତୁଳା ଓ କୁମ୍ଭ ରାଶି ର ଘାତଚନ୍ଦ୍ର,ଅଷ୍ଟମୀର ଏକଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନଡିଆ, ଲାଉ ଭକ୍ଷଣ ନିଷେ।
🐏ମେଷ👉ଆଜି ବ୍ୟାପାର ରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
🐮ବୃଷ👉ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
👩❤️👨ମିଥୁନ👉ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।
🦀କର୍କଟ👉ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |
🦁ସିଂହ👉ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାର ରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନ ଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟ କ୍ଷେତ୍ରରେ ଜରୁରୀ କାଗଜ ପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |
🙎♀️କନ୍ୟା👉ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟ କ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
⚖️ତୁଳା👉ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାର ରେ ସଦସ୍ୟଙ୍କ ସହ ମନୋ ମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
🦂ବିଛା👉ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟ କ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
🏹ଧନୁ👉ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାର ରେ ଦିନଟି ମଧ୍ୟମ ରହିବ | ପରିବାର ରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
🐊ମକର👉ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |
🏺କୁମ୍ଭ👉ଆଜି ପ୍ରତି କ୍ଷେତ୍ର ରେ ସୁଫଳ ମିଳିବା ସହ ଧନ ବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ- ଆନନ୍ଦରେ ସମୟ କାଟିବେ |
🐟ମୀନ👉ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |
🌸 ଶୁଭ ସକାଳ🌸କୋଇଲାକୁ କ୍ଷୀରରେ ଯେତେ ଧୋଇଲେ ବି ତା’ର ରଙ୍ଗରେ କେବେ ବି ପରିବର୍ତ୍ତନ ଆସି ନଥାଏ, ସେମିତି ଏବେ ଏ ଦୁନିଆରେ ଏମିତି କିଛି ଲୋକ ଅଛନ୍ତି ଯେ ସେମାନଙ୍କୁ ଯେତେ ଭଲ ପାଇବା , ଯେତେ ସ୍ନେହ ଦେଲେ ମଧ୍ୟ ସେମାନେ ନିଜର ହୋଇ ପାରନ୍ତି ନାହିଁ। ତୁମ ପାଖରୁ ଖାଇବେ, ପିଇବେ ପୁଣି ଫୁର କିନା ଉଡିଯିବେ ।🙏ଜୟ ଜଗନ୍ନାଥ, ଜୟସୋମନାଥ🙏