ଜୁଲାଇ ମାସ ୨୨ ତାରିଖ ୨୦୨୨ ମସିହା(ଶୁକ୍ରବାର)ଶ୍ରାବଣ-କୃଷ୍ଣପକ୍ଷ ,ତିଥି- ନବମୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୩/୧୮ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୨୧ ,ବିଛା ରାଶିର ଘାତଚନ୍ଦ୍ର ,ବିଛା,ଧନୁ ଓ ମୀନ ରାଶିର ଘାତବାର ,ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ଲାଉ ଦିବା ଘ ୦୯/୨୩ ଗତେ କଳମଶାଗ ଭକ୍ଷଣ ନିଷେଧ ।
ମେଷ-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ୟ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ-ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ- ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ-ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା- ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ୟ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା-ସାମାଜିକ କାର୍ୟ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା- ଆଜି କୌଣସି କାର୍ୟ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ- ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର-ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।
କୁମ୍ଭ- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ- ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
ନିତୀବାଣୀ-ପରିବର୍ତ୍ତନ ବିନା ପ୍ରଗତି ସମ୍ଭବ ନୁହେଁ,ଆଉ ଯିଏ ନିଜ ଚିନ୍ତାଧାରା ର ପରିବର୍ତ୍ତନ କରିପାରି ନାହିଁ ସେ କିଛି ବି ପରିବର୍ତ୍ତନ କରିପାରିବ ନାହିଁ।
ବାସ୍ତୁ ଟିପ୍ପଣୀ-ଘରର ମୁଖ୍ୟ ଦ୍ୱାର ସାମ୍ନାରେ କେବେବି ଚପଲ,ଜୋତା ପକାନ୍ତୁ ନାହିଁ କିମ୍ବା ଜୋତାକୁ କେବେବି ଓଲଟା ପକାନ୍ତୁ ନାହିଁ। ଏହା ଦ୍ୱାରା ଘରେ ଅଶାନ୍ତି ଉତ୍ପନ ହୋଇଥାଏ।
ଘରେ ସୁଖ ସମୃଦ୍ଧି ବୃଦ୍ଧି କରିବା ପାଇଁ ଠାକୁର ପୂଜା ସକାଳ ୬ ଟାରୁ ୮ଟା ଭିତରେ କରିବା ଉଚିତ। ଏବଂ କୁଶ ଆସନରେ ବସି ପୂର୍ବ କିମ୍ବା ଉତ୍ତର ଦିଗକୁ ମୁଖ କରି ପୂଜା କରନ୍ତୁ।
ଘରେ ସବୁବେଳେ ଖାଇବା ପାଇଁ ତିଆରି କରୁଥିବା ରୁଟିକୁ ପ୍ରଥମେ ଗାଈକୁ ଖାଇବାକୁ ଦିଅନ୍ତୁ। ଏହା ଦ୍ୱାରା ଘରେ ସୁଖ ସମୃଦ୍ଧି ବୃଦ୍ଧ ହୋଇଥାଏ !! ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା !!