ଅପ୍ରେଲମାସ ୧୧ତାରିଖ ୨୦୨୫ ମସିହା(ଶୁକ୍ରବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୩/୧୩ଗତେ ପୂର୍ଣ୍ଣିମା,ନକ୍ଷତ୍ର- ଉତ୍ତରା ଫା ଦିବା ଘ୦୩/୪୭ ଗତେ ହସ୍ତା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୭/୧୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୫୯,ଯୋଗିନୀ ପଶ୍ଚିମେ ରାତ୍ରିଘ୦୩/୧୩ଗତେ ବାୟବ୍ୟେ,ବୃଷରାଶିର ଘାତ ଚନ୍ଦ୍ର,ବିଛା,ଧନୁ ଓ ମୀନରାଶିର ଘାତବାର,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ଦିବା ଘ୦୩/୪୭ ମଧେ ଏକପାଦ ପୁଷ୍କର ଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୮/୪୦ଗତେ ସନ୍ଧ୍ୟା ଘ୧୧/୪୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୯ ମଧ୍ୟେ ଓ ଘ୦୭/୫୬ ଗତେ ଘ୦୮/୪୦ ମଧ୍ୟେ ଓ ଘ୧୨/୪୪ଗତେ ଘ୦୨/୨୧ ମଧ୍ୟେ ଓ ଘ୦୫/୧୩ଗତେ ଘ୦୬/୦୮ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୧ ଗତେ ଘ୧୧/୪୦ ମଧ୍ୟେ,ଅଦ୍ୟ ବିରି ଭକ୍ଷଣ ନିଷେଧ।
ମେଷ:-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ।ପୂଜାର୍ଚନା ପାଇଁ ଅନୁକୁଳରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବାଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ।ବିଦେଶ ଯିବା ଲୋକ ଶୁଭଖବର ପାଇବେ।
ବୃଷ:-ଆଜି ନିଜେ ଜୀବନରେ କିଛି କରିବାପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନହେବ।ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ।ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିବେ।ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ।ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ।ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ:-ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆପରିବର୍ତ୍ତନ ଆସିବ। ବିଦେଶରେ ଚାକିରିପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ:-ଆଜି ଶୁଭଗ୍ରହଙ୍କ କୃପାଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ।ଆୟ ବୃଦ୍ଧିହେବ।ବନ୍ଧୁ ବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା:-ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା:- ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା:- ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ:- ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର:- ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।
କୁମ୍ଭ:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇ ପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ:-ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!
ଆଜିର ରାଶିଫଳ
