ଆଜିର ରାଶିଫଳ

ଜୁନ୍ ମାସ ୨୪ତାରିଖ ୨୦୨୪ ମସିହା(ସୋମ ବାର) ଆଷାଢ଼ମାସ- କୃଷ୍ଣପକ୍ଷ ,ତିଥି- ତୃତୀୟା ରାତ୍ରି ଘ ୦୧/୨୭ ଗତେ ଚତୁର୍ଥୀ ,ନକ୍ଷତ୍ର- ଉତ୍ତରା ଷାଢ଼ା ଦିବା ଘ ୦୪/୩୨ ଗତେ ଶ୍ରବଣ।ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୩୮ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୦୯ ,ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୦୧/୨୭ ଗତେ ନୈରୁତ ,ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ସିଂହ ରାଶିର ଘାତଚନ୍ଦ୍ର ,ମିଥୁନ ରାଶି ର ଘାତବାର ,କାଳବେଳା -ଦିବା ଘ୦୬/୫୨ ଗତେ ଘ୦୮/୩୨ ମଧ୍ୟେ ,ବାରବେଳା – ଦିବା ଘ୦୩/୦୬ ଗତେ ଘ୦୪/୪୬ମଧ୍ୟେ ,ଅଦ୍ୟ ମୃତେ ଦିବା ଘ୦୪/୩୨ ମଧେ ଏକପାଦ ପୁଷ୍କରଦୋଷ ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୩୩ ଗତେ ଘ୧୦/୦୧ ମଧ୍ୟେ ଓ ରାତି ଘ୦୯/୩୬ ଗତେ ଘ୧୨/୫୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୩/୫୯ଗତେ ଘ୦୪/୪୯ ମଧ୍ୟେ ,ଅଦ୍ୟ ପୋଟଳ ଭକ୍ଷଣ ନିଷେଧ।
ମେଷ;-ଆଜି କୌଣସି କାରଣରୁ ଆପଣ ଖୁସିରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତାପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତାପ୍ରାପ୍ତ ହେବ।
ବୃଷ:-ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ଅଟେ।
ମିଥୁନ:-ଆଜି ଅପଙ୍କୁ ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।
କର୍କଟ:-ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ୟ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।
ସିଂହ:-ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ୟ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ୟ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।
କନ୍ୟା:-କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ବଜାୟରହିବ। ନୂଆ କାର୍ୟ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।
ତୁଳା:-ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ।
ବିଛା:-ଆଜିର ଦିନଟି ଏକ ସ୍ମରଣୀୟ ଦିନ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ।
ଧନୁ;-ଆଜି ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ୟ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ।
ମକର:-ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ବ୍ୟୟ ବଢିପାରେ ।ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।
କୁମ୍ଭ:-ଆଜି ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।
ମୀନ:-ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ୟ୍ୟକୁ ଆପଣ ସଫଳତାର ପ୍ରସ୍ତୁକରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଦୂରଯାତ୍ରାର ଯୋଗ ଅଛି।

ସ୍ବପ୍ନଶାସ୍ତ୍ର ଅନୁଯାୟୀ ସ୍ୱପ୍ନରେ କଣ ଦେଖିଲେ ଶୁଭ ହୋଇଥାଏ?
➡ଗାଈ:-ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ ଗାଈ ଦେଖିବା ବହୁତ ଶୁଭ ହୋଇଥାଏ। କୁହାଯାଏ ସ୍ବପ୍ନରେ ଗାଈକୁ ଦେଖିଲେ ଭାଗ୍ୟ ଖୋଲିଥାଏ। ଗାଈ ଅର୍ଥାତ୍ ଗୋମାତାଙ୍କଠାରେ ୩୩ କୋଟି ଦେବୀଦେବତା ବାସ କରିଥା’ନ୍ତି। ଗାଈଙ୍କୁ ସ୍ବପ୍ନରେ ଦେଖିବା ଅର୍ଥ ଈଶ୍ବରଙ୍କ କୃପା ମିଳିଥାଏ।
➡ହାତୀ:-ହାତୀକୁ ଐଶ୍ବର୍ୟ୍ୟ ର ପ୍ରତୀକ ରୂପେ ମନାଯାଏ। ଯଦି ସ୍ବପ୍ନରେ କେହି ହାତୀ ଦେଖନ୍ତି, ତେବେ ଏହା ଅତ୍ୟନ୍ତ ଶୁଭ ଫଳ ଦେଇଥାଏ। ହାତୀ ସ୍ବପ୍ନରେ ଦେଖିଥିବା ବ୍ୟକ୍ତିଙ୍କୁ ଜୀବନରେ ଉନ୍ନତି ମିଳିଥାଏ। ସୁଖ ସମୃଦ୍ଧି ପ୍ରାପ୍ତ ହୋଇଙଥାଏ। କୁହାଯାଏ ହାତୀ ସ୍ବପ୍ନ ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ହାତୀର ପ୍ରତିମା ଅର୍ପଣ କରିବା ଆବଶ୍ୟକ।
➡ପେଚା:-ସ୍ବପ୍ନରେ ପେଚା ଦେଖିବା ଅତ୍ୟନ୍ତ ଶୁଭ। ପେଚା ମା’ ଲକ୍ଷ୍ମୀଙ୍କର ବାହନ। ପେଚା ଦେଖିବା ଦ୍ବାରା ଧନ-ଧାନ୍ୟ ମିଳିଥାଏ। ମା’ ଲକ୍ଷ୍ମୀଙ୍କ କୃପା ବନି ରହିଥାଏ। ସ୍ବପ୍ନରେ ପେଚା ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ଲାଲ ବସ୍ତ୍ର ଅର୍ପଣ କରିବା ବହୁତ ଶୁଭ ହୋଇଥାଏ।
➡କାଳନାଗ:-ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ କଳା ନାଗ ଦେଖିବା ଶୁଭ ସଂକେତ। ଏହା ଦ୍ବାରା ଆପଣଙ୍କ ଯଶ ସମ୍ମାନ ବୃଦ୍ଧି ହୋଇଥାଏ। ମାନ-ସମ୍ମାନ ବଢିଥାଏ। ମନୋସ୍କାମନା ଜଲ୍‌ଦି ପୂର୍ଣ୍ଣ ହେବ ବୋଲି ଏହା ଦର୍ଶାଇଥାଏ।
➡ଠେକୁଆ:-ସ୍ବପ୍ନରେ ଠେକୁଆକୁ ଦେଖିବା ଅତ୍ୟନ୍ତ ଶୁଭ। ଏହା ଦ୍ବାରା ଜୀବନରେ ପ୍ରେମ ବଢିଥାଏ। ନିଜ ଜୀବନସାଥୀ ସହିତ ସମ୍ପର୍କ ମଜବୁତ୍ ହୋଇଥାଏ। ଏତଦ୍‌ବ୍ୟତୀତ କାର୍ୟ୍ୟକ୍ଷେତ୍ରରେ ସଫଳତା ମିଳିଥାଏ।
➡ଝିଟିପିଟି:-ସ୍ବପ୍ନରେ ଝିଟିପିଟି ଦେଖିବା ଅତ୍ୟନ୍ତ ଶୁଭ। କୁହାଯାଏ ଝିଟିପିଟିକୁ ସ୍ବପ୍ନରେ ଦେଖିବା ଦ୍ବାରା ଆପଣଙ୍କୁ ଅଚାନକ ଧନ ପ୍ରାପ୍ତି ହୋଇଥାଏ। ଏହା ସହିତ ଋଣ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ। !!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

 

Comments (0)
Add Comment