ଆଜିର ରାଶିଫଳ

ନୂଆଁଖାଇ ଜୁହାର

ସେପ୍ଟେମ୍ବରମାସ ୦୯ତାରିଖ ୨୦୨୪ ମସିହା (ସୋମବାର)ଭାଦ୍ରବ ମାସ- ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ସନ୍ଧ୍ୟା ଘ୦୯/୪୧ ଗତେ ସପ୍ତମୀ,ନକ୍ଷତ୍ର- ବିଶାଖା ସନ୍ଧ୍ୟା ଘ୦୬/୩୬ ଗତେ ଅନୁରାଧା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୭/୧୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୨/ ୪୦,ଯୋଗିନୀ ପଶ୍ଚିମେ ରାତ୍ରି ଘ୦୯/୪୧ ଗତେ ବାୟବ୍ୟେ,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମିଥୁନ ରାଶିର ଘାତବାର,ମୃତେ ସନ୍ଧ୍ୟା ଘ୦୬/୩୬ ମଧ୍ୟେ ଓ ରାତ୍ରି ଘ ୦୯/୪୦ ଗତେ ଏକପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୭/୦୯ ଗତେ ଘ୦୮/୪୦ ମଧ୍ୟେ,ବାରବେଳା – ଦିବା ଘ୦୨/୪୬ ଗତେ ଘ୦୪/୧୯ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୮ମଧ୍ୟେ ଓ ଘ୧୦/୨୫ଗତେ ଘ୧୨/୫୧ ମଧ୍ୟେ,ରାତ୍ରି ଘ୦୬/୩୬ ଗତେ ଘ୦୯/୦୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୨୦ ଗତେ ଘ୦୪/୫୦ ମଧ୍ୟେ,ଅଦ୍ୟ ନିମ୍ବ ରାତ୍ରି ଘ୦୯/୪୦ ଗତେ ତାଳ ଭକ୍ଷଣ ନିଷେଧ।
ମେଷ👉ଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ👉ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିବା ସହଜସାଧ୍ୟ ନ ହୋଇପାରେ।
ମିଥୁନ👉ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ବାରୁଦ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
କର୍କଟ👉ଆଜି ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସାହାଯ୍ୟ କରିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସମାଧାନର ଆଶା କରିପାରନ୍ତି।
ସିଂହ👉ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।
କନ୍ୟା👉ଆଜି ଅର୍ଥଲାଭ କରାଇବା ସହ ସମସ୍ୟା ସମାଧାନ ପାଇଁ ରାସ୍ତା ପରିଷ୍କାର କରିଦେବେ। ତଥାପି ଖଳକଥାରେ ପ୍ରଭାବିତ ହୋଇ ଚିତ୍ରା ନକ୍ଷତ୍ର ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ।
ତୁଳା👉ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।
ବିଛା👉ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।
ଧନୁ👉କାଲିର ପରିସ୍ଥିତି କ୍ରମଶଃ ବଦଳିଯିବା ସାଙ୍ଗକୁ ସଙ୍କଟମୁ୍‌କ୍ତ ହୋଇପାରନ୍ତି। ଦିନର ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।
ମକର👉ଆଜି କୌଣସି କାମରେ ସାହାଯ୍ୟ କରିବାକୁ ମନ ବଳିବ।କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।
କୁମ୍ଭ👉ଆଜି ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ। ତଥାପି କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛ।
ମୀନ👉ଆଜି କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି।

ନୂଆଁଖାଇ ଜୁହାର !!
ଜିଇଁଛୁ ବେଲକେ ଆସି ଭାଏ ବନ୍ଧୁ
ହେମା ନୂଆଖାଇ ଭେଟ୍ !
ସଂସାର ଡୋର୍ ଥି ବନ୍ଧା ହୋଇଥିମା
ଗାଁ ଯାକର ହେଇ ମେଟ୍ !!
କାହିଁକି ପାଳିତ ହୁଏ ଏହି ପର୍ବ?
ପଶ୍ଚିମ ଓଡ଼ିଶାର ଗଣପର୍ବ, ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା, ଧାନଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନକରିଥାନ୍ତି ।ବର୍ଷା ଶେଷ ହେବାପରେ ଶରତଋତୁ ଧରାପୃଷ୍ଠରେ ଅବତରଣକରେ ।ଏହିସମୟରେ ଚାଷୀ ଜମିରେ ବେଉଷଣକାର୍ୟ୍ୟ ଆରମ୍ଭକରିଥାଏ . ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ୟ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନଭକ୍ଷଣ । ଏହାକୁ ପଶ୍ଚିମଓଡ଼ିଶାର ଆଞ୍ଚଳିକଭାଷାରେ ନୂଆଁଖାଇ କୁହାଯାଏ ।ନୂଆଖାଇ ପାଳନନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟକରି ପୂଜା ଆଦି ସହ ଆରିସାପିଠା ଭୋଗ କରାଯାଇଥାଏ ।
ପାଞ୍ଜିଅନୁସାରେ ଏହା ଭାଦ୍ରବମାସର ଶୁକ୍ଳପଞ୍ଚମୀ ତିଥିରେ (ଗଣେଶଚତୁର୍ଥୀର ପରଦିନ) ପାଳିତହୋଇଥାଏ ।ଏହିଦିନ ପ୍ରତିଗ୍ରାମର ପରିବାରମାନେ ନିଜନିଜ ଘରେ ଅକାଣ୍ଡିଆଚାଉଳର କ୍ଷୀରିରାନ୍ଧିବା ସହ ଯୁଗ୍ମପରିବାରରେ ତଥା ସମଗ୍ରଗ୍ରାମରେ ସାମୁହିକଭାବେ ମଧ୍ୟ ରାନ୍ଧିଥାନ୍ତି ।ଏହିକ୍ଷୀରି “ନବାନ୍ନ” ବା “ନବାର୍ଣ୍ଣ” ନାମରେଜଣା ।ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି ।ନୂଆଖାଇ ପାଳନ ପରଦିନ “ନୂଆଖାଇବାସି” ପାଳନହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ ।ବାସିପରଦିନ “ତିଆସି” ପାଳନହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ସାମାଜିକଏକତା :- ନୂଆଖାଇ ଏକ ଗଣପର୍ବ ।ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇଦିନ ନବାନ୍ନଦେଇ ପୂଜାବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ୟଙ୍କ ହାତରୁ ସମସ୍ତେ ନବାନ୍ନଭୋଗ ଗ୍ରହଣ କରନ୍ତି ।ତାହା ଖାଇସାରି ପରିବାରର ସମସ୍ତବ୍ୟକ୍ତି ନିଜର ବୟସ୍କମାନଙ୍କୁ ଭୂମିଷ୍ଠପ୍ରଣାମ ସହ ଆଶୀର୍ବାଦ ଗ୍ରହଣକରନ୍ତି ।ପରେ ପିଠାପଣା ସହ ନବାନ୍ନଭୋଜି ଖାଇସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି ।ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା ।
ପାଳନ ବିଧି :- ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି ।ଥ୨ଧ ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ୟ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ୟ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।
ଏହି ଦିନଟିର ଅମୃତବେଳା ବା ଶୁଭବେଳା ଜ୍ୟୋତିଷମାନଙ୍କଦ୍ୱାରା ନିର୍ଣ୍ଣୟ କରାଯାଇ ସେହି ମୁହୂର୍ତ୍ତରେ ନୂଆଭାବରେ ଅମଳ କରାଯାଇଥିବା ଷାଠିଆଧାନରୁ ପ୍ରସ୍ତୁତ ଅନ୍ନକୁ ରାନ୍ଧି ଭକ୍ଷଣ କରିଥାନ୍ତି । ନୂଆଧାନରୁ ପ୍ରସ୍ତୁତ ଚୁଡ଼ା, ଭାତ, କ୍ଷୀରି, ମଣ୍ଡାପିଠା ନିଜ ନିଜ ଘରେ ପ୍ରସ୍ତୁତ କରି ନିଜ ନିଜର ଇଷ୍ଟଦେବୀ, ଗ୍ରାମଦେବୀ (ମାଉଳୀ), ଦେବତା, ଆରାଧ୍ୟ ପାଖରେ ପ୍ରଥମେ ଅର୍ପଣ କରି ସମସ୍ତେ ଏକାଠି ବସି ଖାଇଥାନ୍ତି । ଖାଇସାରିବା ପରେ ଭେଟଘାଟ ପର୍ବ ଆରମ୍ଭ ହୁଏ । ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କୁ ପ୍ରଣାମ ଜଣାଇ ଆଶୀର୍ବାଦ କାମନା କରିଥାନ୍ତି । ଭେଟଘାଟ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ । ସନ୍ଧ୍ୟାରେ ସାଂସ୍କୃତିକ କାର୍ୟ୍ୟକ୍ରମ ଆୟୋଜିତ ହୋଇଥାଏ ।!!ଜୟ ଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment