ଆଜିର ରାଶିଫଳ

ଅକ୍ଟୋବରମାସ ୦୪ତାରିଖ ୨୦୨୪ ମସିହା (ଶୁକ୍ରବାର)ଆଶ୍ୱିନମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା, ନକ୍ଷତ୍ର- ଚିତ୍ରା ରାତ୍ରି ଘ୦୭/୦୪ ଗତେ ସ୍ଵାତୀ,
ସୁର୍ୟୋଦୟ-ପ୍ରାତଃଘ୦୫/୪୨/୪୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୦/୦୬,ଯୋଗିନୀ ଉତ୍ତରେ,ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ବିଛା,ଧନୁ ଓ ମୀନରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୧୦/୦୪ଗତେ ଘ୧୧/୩୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବାଘ୦୬/୩୦ ମଧ୍ୟେ ଓ ଘ୦୭/୦୮ ଗତେ ଘ୦୯/୪୨ମଧ୍ୟେ ଓ ଘ୧୨/୦୮ ଗତେ ଘ୦୩/୨୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ ବୋଇତି କଖାରୁ ଭକ୍ଷଣ ନିଷେଧ।
ମେଷ-ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ।
ବୃଷ-ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳଲୋକଙ୍କ କଥାକୁ ସତ ମଣି ଘରେ ଝଗଡ଼ା ହେବ।
ମିଥୁନ-ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।
କର୍କଟ-କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ କିନ୍ତୁ ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ନାହିଁ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ।
ସିଂହ-ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ।ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନସକାଶେ ଅଟକି ରହିଯାଇପାରେ। ଲେଖାପଢ଼ା,ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ ।
କନ୍ୟା-ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଧାରକରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି।
ତୁଳା-ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶକରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।
ବିଛା-ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୂଆଁଇବାକୁ ବାଧ୍ୟ ହୋଇପାରନ୍ତି।ସୁସ୍ବାଦୁ ଭୋଜନ ଉପୋଭୋଗ କରିବେ।
ଧନୁ-କୌଣସି କାର୍ଯ୍ୟସାଧନ କ୍ଷେତ୍ରରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। କିନ୍ତୁ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। ସଭାସମିତିରେ ଆଲୋଚନାରେ ଏକମତ ହେବାକୁ ବାଧ୍ୟ ହେବେ ।
ମକର-ଆପଣଙ୍କ ପରାମର୍ଶ ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ, ଫଳରେ ପ୍ରଶଂସା ପାଇ ଖୁସୀ ହେବେ। ପ୍ରକାଶନ, ଏଜେନ୍ସିପ୍‌, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଉପରିସ୍ଥଙ୍କ ନିର୍ଦ୍ଦେଶରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ମାତ୍ର ରାସ୍ତାରେ ଅପରିଚିତ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି।
କୁମ୍ଭ-କର୍ମକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା, ହଜିଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିଯିବ। ଅଫିସରେ ଛୋଟ ଘଟଣାକୁ ଚିନ୍ତା କରି ଟେନ୍‌ସନରେ ରହିପାରନ୍ତି।
ମୀନ-ଆଜିର ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାହିତ୍ୟ, ସାମ୍ବାଦିକତା କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ିହେବ ନାହିଁ। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।

ନବରାତ୍ରୀ ଏବଂ ନବଦୁର୍ଗା
ନବଦିନବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତିସ୍ୱରୂପିଣୀ ମାଦୁର୍ଗାଙ୍କୁ ବିଭିନ୍ନରୂପରେ ପୂଜା କରାଯାଏ । ଏହି ନବରାତ୍ରିର ପ୍ରଥମତିନିଦିନରେ ମାଙ୍କୁ ଦୁଷ୍ଟବିନାଶିନୀ ଦୁର୍ଗା ତଥା କାଳୀରୂପରେ ପୂଜାକରାଯାଏ । ମଝିତିନିଦିନରେ ମାଙ୍କୁ ଧନଧାନ୍ୟ ତଥା ସମ୍ପଦରଦେବୀ ଲକ୍ଷ୍ମୀଙ୍କରୂପରେ ପୂଜା କରାଯାଏ ।ସେହିପରି ଶେଷତିନିଦିନରେ ମା ବିଦ୍ୟାଦାତ୍ରୀସରସ୍ୱତୀଭାବେ ପୂଜାକରାଯାଏ ।ନବରାତ୍ରିର ଶେଷଦିନରେ ବିଜୟାଦଶମୀ ପାଳିତ ହୋଇଥାଏ ।ହିନ୍ଦୁପରମ୍ପରା ଅନୁଯାୟୀ ବର୍ଷରେପାଞ୍ଚଥର (ପୌଷ,ମାଘ,ଚୈତ୍ର,ଆଷାଢ଼ ଓ ଆଶ୍ଵିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତଋତୁରେ ପାଳିତହେଉଥିବା (ଆଶ୍ୱିନମାସ ଶୁକ୍ଳପକ୍ଷ ପ୍ରତିପଦତିଥିରୁ ନବମୀପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ ।ଏହାକୁ ମହାନବ ରାତ୍ର ବୋଲି କହାଯାଇଥାଏ ।
ନବଦୁର୍ଗା:-ଆଦିଶକ୍ତିର ପ୍ରଥମସ୍ଵରୂପା ଶୈଳପୁତ୍ରୀ, ବ୍ରହ୍ମଚାରିଣୀସ୍ଵରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ଦର୍ଶନ ଦିଅନ୍ତି।

ମା ବ୍ରହ୍ମଚାରିଣୀ 🔱ବରାତ୍ରି ଉପାସନା ର ଦ୍ଵିତୀୟ ଦିନରେ ଏହି ମା ବ୍ରହ୍ମଚାରିଣୀ ଙ୍କର ପୂଜା କରାଯାଏ lଏହା ମା ଦୁର୍ଗାଙ୍କର କିଶୋରୀସ୍ୱରୂପ lଦେବୀ ତପଃ ମଗ୍ନା l ଦେବଦେବ ମହାଦେବଙ୍କୁ ଏକାଗ୍ରଚିତ୍ତରେ ଅକ୍ଷମାଳା କମଣ୍ଡଳୁ ଧରି କା୍ୟୋସ୍ଛର୍ଗ ମୁଦ୍ରାରେ ଧ୍ୟାନ ମଗ୍ନା lଦେବୀ ବ୍ରହ୍ମଚାରିଣୀ, ଘୋରରୂପା, ପରମ ବୈଷ୍ଣବୀ, ଶଙ୍କର ସେବିନି, ରୁଦ୍ରାର୍ପିତା lଆଜି ପବିତ୍ର ନବରାତ୍ରିର ଦ୍ଵିତୀୟ ଦିବସରେ ମା ବ୍ରହ୍ମଚାରିଣୀଙ୍କର ଆରାଧନା ନିରାଜନାକରିବା, କାୟ ମନୋ ବାକ୍ୟରେ ତାଙ୍କ ଚରଣାରବିନ୍ଦରେ ଭକ୍ତି ନିବେଦନ କରିବା l

ଜୟମା ଶ୍ରୀ ବ୍ରହ୍ମଚାରିଣୀ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

Comments (0)
Add Comment