ଆଜିର ରାଶିଫଳ

ଅକ୍ଟୋବରମାସ ୦୭ତାରିଖ ୨୦୨୪ ମସିହା (ସୋମବାର)ଆଶ୍ୱିନମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ଦିବା ଘ୦୯/୩୦ ଗତେ ପଞ୍ଚମୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/ ୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୭/ ୨୬,ଯୋଗିନୀ ନୈରୁତେ ଦିବା ଘ ୦୯/୩୦ ଗତେ ଦକ୍ଷିଣେ,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମିଥୁନ ରାଶିର ଘାତବାର,କାଳବେଳା-ଦିବା ଘ୦୭/୧୧ ଗତେ ଘ୦୮/୪୧ ମଧ୍ୟେ,ବାରବେଳା – ଦିବା ଘ୦୨/ ୨୬ଗତେ ଘ୦୪/୦୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/ ୧୦ମଧ୍ୟେ ଓ ଘ୦୮/୫୫ ଗତେ ଘ୧୧/୨୦ ମଧ୍ୟେ ଓ ରାତ୍ରି ଘ୦୭/୪୮ ଗତେ ଘ୧୧/୦୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ମୂଳା ଦିବା ଘ ୦୮/୩୦ ଗତେ ବେଲ ଭକ୍ଷଣ ନିଷେଧ।
ମେଷ:-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ:-ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ:-ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ:-ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା:-ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା:- ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା:- ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।
ଧନୁ:- ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର:-ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବାକାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ।ଆର୍ଥିକସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ।ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।
କୁମ୍ଭ:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରିସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ:-ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

ଶାରଦୀୟ ନବରାତ୍ରର ଆଜି ହେଉଛି ପଞ୍ଚମଦିନ।ଶାରଦୀୟ ନବରତ୍ରୀ ୯ଦିନରେ ମା ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୁପକୁ ପୂଜା ଆରାଧନା କରାଯାଏ।
ସ୍କନ୍ଧମାତା:-ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଧମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ରସ୍କନ୍ଧକୁ କୋଳରେ ବସାଇଥାନ୍ତି ।

Comments (0)
Add Comment