ଆଜିର ରାଶିଫଳ

ଅକ୍ଟୋବରମାସ ୧୨ତାରିଖ ୨୦୨୪ମସିହା(ଶନିବାର)ଆଶ୍ୱିନମାସ- ଶୁକ୍ଳପକ୍ଷ ,ତିଥି- ନବମୀ ଦିବା ଘ୧୧/୦୬ ଗତେ ଦଶମୀ ,ନକ୍ଷତ୍ର- ଉତ୍ତରା ଷାଢା ପ୍ରାତଃ ଘ୦୬/୧୪ ଗତେ ଶ୍ରବଣା ସୁର୍ୟୋଦୟ-ପ୍ରାତଃ ଘ୦୫/୪୪/୫୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୩/୧୬ ,ଯୋଗିନୀ ପୂର୍ବେ ଦିବା ଘ ୧୧/୦୬ ଗତେ ଉତ୍ତରେ ,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ସିଂହରାଶିର ଘାତଚନ୍ଦ୍ର ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର ,ପୀଠେ ଦଶହରା ଓ ମୃଣ୍ମୟୀଦେବୀଙ୍କ ମହାନବମୀପୂଜା ,କାଳବେଳା -ଦିବା ଘ୦୬/୧୩ ମଧ୍ୟେ ଓ ଦିବା ଘ୦୩/୪୫ ଗତେ ଘ୦୫/୨୦ ମଧ୍ୟେ ,ବାରବେଳା – ଦିବା ଘ୦୧/୦୦ଗତେ ଘ୦୨/୨୮ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୨୨ ଗତେ ଘ୦୯/୪୫ ମଧ୍ୟେ ଓ ଘ୦୨/୨୮ ଗତେ ଘ୦୩/୧୩ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୩/୦୭ ଗତେ ଘ୦୨/୫୬ ମଧ୍ୟେ ,ଅଦ୍ୟ ଲାଉ ଦିବା ଘ ୧୧/୦୭ ଗତେ କଳମ ଶାଗ ଭକ୍ଷଣ ନିଷେଧ
ମେଷ:-ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
ବୃଷ:-ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
ମିଥୁନ:-ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।
କର୍କଟ:-କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
ସିଂହ:-ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
କନ୍ୟା:-ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
ତୁଳା:-ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।
ବିଛା:-ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
ଧନୁ:-ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
ମକର:-ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।
କୁମ୍ଭ:-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।
ମୀନ:-ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

ଶାରଦୀୟ ନବରାତ୍ରି ୯ଦିନରେ ମାଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା ଆରାଧନା କରାଯାଏ। ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ।ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ନବରାତ୍ରର ତୃତିୟ ଦିବସରେ ମାତା ଚନ୍ଦ୍ରଘଣ୍ଟାର ଉଗ୍ରରୂ ଦେଖିବାକୁ ମିଳିଥାଏ ।କୁଷ୍ମାଣ୍ଡା ରୁପରେ ମା ନବରାତ୍ରର ଚତୁର୍ଥସ୍ୱରୁପ ହୋଇଥାଏ ।ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ସ୍କନ୍ଧମାତାସ୍ୱରୂପରେ ଉପାସନା କରାଯାଏ।ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ କାତ୍ୟାୟନୀ ସ୍ୱରୂପରେ ଉପାସନା କରାଯାଏ।ନବରାତ୍ର ସପ୍ତମଦିବସରେ ଦେବୀଙ୍କୁ କାଳରାତ୍ରୀସ୍ୱରୂପରେ ଉପାସନାକରାଯାଏ।ନବରାତ୍ର ଅଷ୍ଟମଦିବସରେ ଦେବୀଙ୍କୁ ମହାଗୌରୀ ସ୍ୱରୂପରେ ଉପାସନା କରାଯାଏ।
ସିଦ୍ଧିଦାତ୍ରୀ:-ନବରାତ୍ରର ନବମ ବା ଶେଷଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହିରୂପରେ ପଦ୍ମାସନାଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ,ଚକ୍ର,ଗଦା ଓ ପଦ୍ମଧାରଣ କରିଥାନ୍ତି।କେତେକଧର୍ମଗ୍ରନ୍ଥରେ ତାଙ୍କରବାହାନ ସିଂହଭାବେ ଦର୍ଶାଯାଇଥିବାବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି,ସିଦ୍ଧିଦାତ୍ରୀଙ୍କ ପୂଜାସହିତ ନବରାତ୍ରରେ ନବଦୁର୍ଗାପୂଜା ସମ୍ପୂର୍ଣ୍ଣ ହୋଇଥାଏ।
!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment