ନଭେମ୍ବରମାସ ୨୫ତାରିଖ ୨୦୨୪ମସିହା(ସୋମବାର)ମାର୍ଗଶୀରମାସ- କୃଷ୍ଣପକ୍ଷ ,ତିଥି- ଦଶମୀ ରାତ୍ରି ଘ୧୨/୪୩ଗତେ ଏକାଦଶୀ ,ନକ୍ଷତ୍ର- ଉତ୍ତର ଫା ରାତ୍ରି ଘ ୦୧/୫୩ଗତେ ହସ୍ତା ,ସୁର୍ୟୋଦୟ-ପ୍ରାତଃ ଘ୦୬/୫/୫୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୦୩/୧୦ ,ଯୋଗିନୀ ଉତ୍ତରେ ରାତ୍ରି ଘ ୧୨/୪୩ ଗତେ ଅଗ୍ନିକୋଣେ ,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ବୃଷରାଶିର ଘାତଚନ୍ଦ୍ର ,ମିଥୁନରାଶିର ଘାତବାର ,କାଳବେଳା -ଦିବା ଘ୦୭/୨୭ ଗତେ ଘ୦୮/୫୦ ମଧ୍ୟେ ,ବାରବେଳା – ଦିବା ଘ୦୨/୧୮ଗତେ ଘ୦୩/୪୧ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୨୬ ମଧ୍ୟେ ଓ ଘ୦୯/୧୯ ଗତେ ଘ୧୧/୪୪ ମଧ୍ୟେ ଓ ରାତ୍ରି ଘ୦୭/୨୫ଗତେ ଘ୧୦/୪୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି ,ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ।
ମେଷ-ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳପାଇବେ ।କଳା,ସାହିତ୍ୟ,କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତିକ୍ଷେତ୍ରରେ ଉନ୍ନତିହେବ ।ପୂରାତନସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।
ବୃଷ-ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟକରି ଆତ୍ମସନ୍ତୋଷଲାଭ କରିବେ।ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତାପାଇବେ ।କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।
ମିଥୁନ-ଆଜି ନୂତନକର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ ।ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।
କର୍କଟ-ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ ।ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ।ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।
ସିଂହ-ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।
କନ୍ୟା-ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।
ତୁଳା-ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗର ଅନୁସରଣକଲେ ଅସୁବିଧାର ସମ୍ମୁଖୀ ହେବାର ସମ୍ଭାବନା ରହିଛି ।କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।
ବିଛା-ଆଜି ଯାତ୍ରାସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି।ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟଜନକ ସ୍ଥିତିରୁ ମାନସିକକଷ୍ଟ ଅନୁଭବ କରିବେ।ବନ୍ଧୁମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।
ଧନୁ-ଆଜି ଅତୀତସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।
ମକର-ଆଜି ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି ।ଭ୍ରମଣସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରାସମୟରେ ସତର୍କତା ଅବଲମ୍ବନ କରନ୍ତୁ।
କୁମ୍ଭ-ଆଜି ନୀଚବ୍ୟକ୍ତିଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ ।ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।
ମୀନ-ଆଜି ଭଲ ସମ୍ପର୍କ ନଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ।
କଦଳୀପତ୍ରରେ ଖାଇଲେ , ମିଳିବ ଫାଇଦା…..
କଦଳୀପତ୍ରରେ ଖାଇବା ଆମର ଏକ ପରମ୍ପରା ରହିଆସିଛି। ସାଧାରଣତଃ କଦଳୀପତ୍ରକୁ ଶୁଭ ବୋଲି ଧରାଯାଏ। ଏହି ପତ୍ର କେବଳ ଶୁଭ ନୁହେଁ, ଏଥିରେ ଖାଇଲେ ବହୁ ଉପକାର ମଧ୍ୟ ମିଳିଥାଏ। କଦଳୀ ପତ୍ରକୁ ସଫା କରିବା ପାଇଁ ପଡ଼େ ନାହିଁ। କେବଳ ଖାଇବା ପୂର୍ବରୁ ପାଣିରେ ଧୋଇ ଏଥିରେ ଖାଇପାରିବେ। ବାସନରେ ଖାଇଲେ ମାଜିବାକୁ ପଡ଼ିଥାଏ। ତଥାପି ଏଥିରେ ଜୀବାଣୁ ରହିବାର ସମ୍ଭାବନା ଥାଏ।କିନ୍ତୁ କଦଳୀପତ୍ରରେ ଖାଇଲେ ଏସବୁ ସମସ୍ୟା ରହେ ନାହିଁ।
ଆଣ୍ଟିଅକ୍ସିଡାଣ୍ଟ:-କଦଳୀପତ୍ରରେ ପ୍ରାକୃତିକ ଆଣ୍ଟି ଅକ୍ସିଡାଣ୍ଟ ତତ୍ତ୍ୱ ରହିଛି। ଏଥିରେ ଖାଇଲେ ଆଣ୍ଟି ଅକ୍ସିଡେଣ୍ଟ ଅବଶୋଷଣ ହୋଇ ଖାଦ୍ୟ ମାଧ୍ୟମରେ ଶରୀର ମଧ୍ୟକୁ ଯାଇଥାଏ ଏବଂ ଅନେକ ରୋଗ ଭଲ କରିବାରେ ସହାୟକ ହୋଇଥାଏ।
ଖାଇବାରସ୍ବାଦ ବଢ଼ାଇଥାଏ:-କଦଳୀପତ୍ରରେ ଏକ ପ୍ରକାର ଭେକ୍ସ କୋଟିଂ ଥାଏ। ଯେଉଁଥିରେ ଏକ ବିଶେଷ ସ୍ବାଦ ରହିଥାଏ। ଏଥିରେ ଗରମ ଖାଦ୍ୟ ପରଷିବା ଦ୍ୱାରା ଏହି ଭେକ୍ସ ତରଳି ଖାଦ୍ୟକୁ ସୁସ୍ବାଦୁ କରିଥାଏ।!!ଜୟ ଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!