ଆଜିର ରାଶିଫଳ

ଜାନୁଆରୀମାସ ୦୫ତାରିଖ ୨୦୨୫ମସିହା (ରବିବାର)ପୌଷ ମାସ- ଶୁକ୍ଳପକ୍ଷ ,ତିଥି- ଷଷ୍ଠୀ ରାତ୍ରି ଘ ୦୮/୧୩ ଗତେ ସପ୍ତମୀ ,ନକ୍ଷତ୍ର- ପୂର୍ବଭାଦ୍ର ରାତ୍ରି ଘ୦୮/୫୩ ଗତେ ଉତ୍ତରଭାଦ୍ର ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୫୯ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୧୮/୨୭ ,ଯୋଗିନୀ ପଶ୍ଚିମେ ରାତ୍ରି ଘ୦୮/୧୩ ଗତେ ବାୟବ୍ୟେ ,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମୀନରାଶିର ଘାତଚନ୍ଦ୍ର ,ମେଷରାଶିର ଘାତବାର ,କାଳବେଳା ଓ ବାରବେଳା – ଦିବା ଘ୧୦/୩୦ ଗତେ ଘ୦୧/୨୩ ମଧ୍ୟେ ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୧୫ଗତେ ଘ୦୯/୪୦ମଧ୍ୟେ ଓ ଘ୦୧/୨୪ ଗତେ ଘ୦୪/୦୪ମଧ୍ୟେ ଓ ରାତ୍ରି ଘ୦୭/୪୩ ଗତେ ଘ୦୯/୨୦ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୪/୫୨ ଗତେ ଘ୦୫/୨୦ ମଧ୍ୟେ ,ଅଦ୍ୟ ନିମ୍ବଭକ୍ଷଣ ନିଷେଧ ।
ମେଷ-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମହେବ ।କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂରହେବ ।ଅଟକି ରହିଥିବାକାମ ସମ୍ପୂର୍ଣ୍ଣ କରିବାର ସୁଯୋଗଆସିବ ।ହୃତଧନ ଫେରିପାଇବେ ।ଆୟଅପେକ୍ଷା ବ୍ୟୟ କମ୍‌ ରହିବ ।ଋଣମୁକ୍ତ ହେବାପାଇଁ ଚେଷ୍ଟାକରିବେ ।ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ-ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତିଘଟିବ ।ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ।କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ ।ମୂଲ୍ୟବାନ ଧାତୁ କିମ୍ବା ଭୂମିକ୍ରୟ କରିପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ ।ମହିଳାମାନେ ସଞ୍ଚୟ କରିବେ ।
ମିଥୁନ-କର୍ମରେ ଉନ୍ନତି କରିବାପାଇଁ ଯୋଜନା କରିବେ ଓ ସେଥିରେ ସଫଳହେବାର ସମସ୍ତ ଦିଗକୁୁ ଅନୁଧ୍ୟାନକରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମହେବ ।ନୂତନ କର୍ମାରମ୍ଭ କିମ୍ବା ନୂତନନିୁକ୍ତିର ସମ୍ଭାବନା ରହିଛି ।କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧିପାଇବ ଏବଂ ପରିବାରର ସମସ୍ତସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
କର୍କଟ-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ ।କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ ।ମହିଳାମାନଙ୍କର ଗୁରୁଜନଙ୍କସହ ବିବାଦ ହୋଇପାରେ ।
ସିଂହ-ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନଥିଲେ ମଧ୍ୟ ମନ ଅଶାନ୍ତ ରହିବ ।ବିନାକାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେଆୟ ଉତ୍ତମ ହେବ ।କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ ।ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନାହେବେ ।ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳା-କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତକର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ ।ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ
ବିଛା-ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି ।ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ ।ବାପାମାଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ- ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ ।ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନପଦାର୍ଥ ନଷ୍ଟ ବା ହଜିପାରେ ।ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ ।ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକର-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ- ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି ।କର୍ମପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାହୋଇପାରେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନ-ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନପ୍ରାପ୍ତି ହେବ ।ଯଶ, ସମ୍ମାନ ଓ ସାମାଜିକପ୍ରତିଷ୍ଠାରେ ବୃଦ୍ଧି ଘଟିବ ।ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତହେବେ ।ଲକ୍ଷ୍ମୀଙ୍କର କୃପା ରହିବ ।ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ!!ଜୟ ଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment