ଜାନୁଆରୀମାସ ୧୮ତାରିଖ ୨୦୨୫ମସିହା (ଶନିବାର)ମାଘମାସ- କୃଷ୍ଣପକ୍ଷ,ତିଥି- ପଞ୍ଚମୀ,
ନକ୍ଷତ୍ର-ପୂର୍ବା ଫା ଦିବାଘ୦୩/୩୧ଗତେ ଉତ୍ତରା ଫା, ସୁର୍ୟୋଦୟ-ପ୍ରାତଃଘ୦୬/୨୭/୩୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୬/୫୭,ଯୋଗିନୀ ଦକ୍ଷିଣେ,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ବୃଷରାଶିର ଘାତଚନ୍ଦ୍ର,
ବୃଷ ,ସିଂହ ଓ କନ୍ୟାରାଶିର ଘାତବାର,କାଳବେଳା -ଦିବା ଘ୦୭/୫୦ମଧ୍ୟେ ଓ ଦିବାଘ୦୪/୦୬ ଗତେ ଘ୦୫/୨୮ ମଧ୍ୟେ,ବାରବେଳା -ଦିବା ଘ୦୧/୨୦ ଗତେଘ୦୨/୪୪ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୧୦/୨୮ଗତେ ଘ୦୧/୧୯ମଧ୍ୟେ ଓ ରାତ୍ରି ଘ୦୭/୫୨ଗତେ ଘ୧୦/ ୧୭ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ବେଲଭକ୍ଷଣ ନିଷେଧ।
ମେଷ:-ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବାଆସିବା ସମୟରେ ଅପରିଚିତବ୍ୟକ୍ତିଙ୍କଠାରୁ ଦୂରେଇ ରହିବାଭଲ ।ହାତକୁନେଇଥିବା ବ୍ୟବସାୟ ଓ ବାଣିଜ୍ୟକ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାର ଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତାକରିଥିବା ଲୋକଠାରୁ ଦୂରେଇ ରୁହନ୍ତୁ।
ବୃଷ :-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧରହିବ।ବୌଦ୍ଧିକଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ।ବିଦ୍ୟାର୍ଥିମାନଙ୍କପାଇଁ ଭଲ ସମୟ ଅଟେ।ପରିଶ୍ରମ ଅନୁପାତରେ କମସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟଖରାପ ହେବାର ଆଶଂକା ଅଛି।
ମିଥୁନ :-ସମସ୍ତକାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ।ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳହେବେ।ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବକରିବେ।ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ :-କାର୍ଯ୍ୟସଫଳ ପାଇଁ ଆଜିରଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସିରହିବେ।ଲଘୁଯାତ୍ରାର ଯୋଗଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ।ଆର୍ଥିକଲାଭ ତଥା ସମାଜରେ ଆଦର ସମ୍ମାନମିଳିବ।ବିରୋଧିମାନଙ୍କୁ ପରାଜିତ କରିପାରିବେ।
ସିଂହ :-ଦୂରରେ ବାସ lକରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭହେବ।ପରିବାରରେ ସୁଖ-ଶାନ୍ତି ରହିବ।ଉତ୍ତମ ଭୋଜନର ପ୍ରାପ୍ତିହେବ।ନିର୍ଦ୍ଧାରିତ କାମରେ ସଫଳତା ମିଳିବ।ମହିଳାମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା :-ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜରକାମ କାଢ଼ିପାରିବେ।ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ।ଆପଣଙ୍କ ସ୍ଵାସ୍ଥ୍ୟ ଭଲରହିବ ଏବଂ ମନମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତିହେବ। ଧନଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା:-ଆଜି ଆପଣ ଅନ୍ୟବ୍ୟକ୍ତି କିମ୍ବା କୁଟୁମ୍ବ ଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି।ପରୋପକାର ବଦଳରେ ଉପକାର ମିଳିପାରେ।ଆୟଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟାମନର ଶାନ୍ତିଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କରନାମ ସ୍ମରଣ ଶାନ୍ତିଦେବ।
ବିଚ୍ଛା:-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ।ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭସମାଚାର ମିଳିବ।ମାଙ୍ଗଳିକକାର୍ଯ୍ୟ ହେବ।ବିବାହପାଇଁ ସଂଯୋଗ ବନିବ।ଚାକିରି ଧନ୍ଦାରେ ଭଲ ଅବସର ଆସିବ।ଆୟରେ ବୃଦ୍ଧି ହେବ।ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କକାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।ପରୋପକାର ଭାବନା ଆଜି ବଲବତ୍ତର ରହିବ।ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ।ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ।ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର :-ଆପଣଙ୍କ ଆଜିର ଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ।ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସିକୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତାସୃଷ୍ଟି ହୋଇପାରେ।
କୁମ୍ଭ :-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ।ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି।ବାଣୀ ଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ :-ଆଜିରଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରି ମାନଙ୍କ ଉତ୍ତମ ସମୟଅଟେ।ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖପ୍ରାପ୍ତି ହେବ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!