ଆଜିଠୁ ଆଦିବାସୀ ମେଳା

ଭୁବନେଶ୍ୱର,୨୩/୪(ଏସ ଏସ ନିଉଜ)ଭୁବନେଶ୍ୱର ୟୁନିଟ୍ ୩ ସ୍ଥିତ ପ୍ରଦର୍ଶନୀ ପଡିଆଠାରେଆଜିଠାରୁ ଆରମ୍ଭ ହେବ ଆଦିବାସୀ ମେଳା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସଂଧ୍ୟାରେ ଆଦିବାସୀ ମେଳା ଓ ଜାତୀୟ ଜନଜାତି କଳାସାମଗ୍ରୀ ପ୍ରଦର୍ଶନୀକୁ ଉଦଘାଟନ କରିବେ ।ଏହି ମେଳାରେ ୧୦୦ଟି ଷ୍ଟଲ ହେବ ।ଆଦିବାସୀଙ୍କ ଦ୍ୱାରା ଉତ୍ପାଦିତ କୃଷି ଓ ଜଙ୍ଗଲଜାତି ସାମଗ୍ରୀ ଉପଲବ୍ଧ ହେବ ।ମେଳାରେ ଜାତୀୟ କ୍ରାଫ୍ଟ ମେଳା ପାଇଁ ସ୍ୱତନ୍ତ୍ର ଭାବେ ୮୦ଟି ଷ୍ଟଲ ରହିବ।ଏହି ୧୦ଦିନିଆ ମେଳାରେ ପ୍ରତ୍ୟେକ ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ ।ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ରେ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିବାକୁ ଥିବା ଆଦିବାସୀ କଳାକାରମାନେ ପାରମ୍ପରିକ କଳା ପ୍ରଦର୍ଶନ କରିବେ ।

Comments (0)
Add Comment