ଭୁବନେଶ୍ୱର,୧୦/୬(ଏସଏସନିୟୁଜ) ଭୁବନେଶ୍ୱର ଏମ୍ସରେ ଲାଗିବ ୨ଟି ଇକ୍ମୋ ମେସିନ। ପ୍ରଥମ ଇକ୍ମୋ ମେସିନ ଚଳିତମାସ ଶେଷ ସୁଦ୍ଧା ଲାଗିବ। ପରବର୍ତ୍ତୀ ସମୟରେ ଅନ୍ୟ ଇକ୍ମୋ ମେସିନଟି କାର୍ୟ୍ୟକ୍ଷମ ହେବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଇକ୍ମୋ ପରିଚାଳନା ପାଇଁ ଏମ୍ସ ଅଧିକ ଟେକ୍ନିସିଆନ ନିଯୁକ୍ତ କରୁଛି। ଏବେ କେତେକ ଅଧ୍ୟାପକଙ୍କୁ ମେସିନ ପରିଚାଳନା ତାଲିମ ଦିଆଯାଇଛି ବୋଲି ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି କହିଛନ୍ତି। ତେବେ ଇକମୋ ମେସିନ୍ ଲାଗିଲେ ଗୁରୁତର ରୋଗୀଙ୍କୁ ଏୟାରଲିପ୍ଟିଂ କରିବାକୁ ପଡ଼ିବନାହିଁ। ଓଡ଼ିଶାରେ କୌଣସି ସରକାରୀ ମେଡିକାଲ୍ରେ ଇକ୍ମୋ ମେସିନ୍ ନଥିବାରୁ ଗୁରୁତର ରୋଗୀଙ୍କୁ ରାଜ୍ୟ ବାହାରକୁ ଏୟାରଲିପ୍ଟିଂ କରାଯାଉଛି।
ଭୁବନେଶ୍ୱର ଏମ୍ସରେ ଲାଗିବ ୨ଟି ଇକ୍ମୋ ମେସିନ
