ବିଜେପି ରାଜ୍ୟ ଯୁବମୋର୍ଚ୍ଚାସଭାପତିଙ୍କୁ ଆକ୍ରମଣ ଘଟଣା

୫ ଗିରଫ

ଭଦ୍ରକ,୩୧ା୫(ଏସଏସନିଉଜ) ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ କଲା ପୋଲିସାଆକ୍ରମଣକାରୀଙ୍କ ମଧ୍ୟରୁ ୫ଜଣଙ୍କୁ ଗିରଫ କରିଥିବାବେଳେ କାଲି ଚାନ୍ଦବାଲି ଶଶିକାଦେଇପୁର ନିକଟରେ ଆକ୍ରମଣ ହୋଇଥିଲାାନିର୍ବାଚନ ପ୍ରଚାରର ଶେ‌ଷ ଦିନରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାନକୁଟା ଗାଁରେ ପ୍ରଚାରରୁ ଫେରିଲା ବେଳେ ୨୦ରୁ ଅଧିକ ବିଜେପି କର୍ମୀଙ୍କ ଉପରେ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସହ ୪ ଜଣ ଗୁରୁତର ଆହତ ହୋଇଥିଲେ।ଏହି ଆକ୍ରମଣରେ ଶହେରୁ ଅଧିକ ବିଜେଡି କର୍ମୀଙ୍କ ସମ୍ପୃକ୍ତି ଥିବା ଅଭି‌ଯୋଗ କରି ସେମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ବିଜେପି କର୍ମୀମାନେ ଧାମରା-ବାସୁଦେବପୁର ରାସ୍ତା ଅବରୋଧ କରିଥିଲେ।ଅନ୍ୟପଟେ ଭଦ୍ରକ ଚାନ୍ଦବାଲିରେ ନିର୍ବାଚନୀ ହିଂସାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ବିଟ କରି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ଧର୍ମେନ୍ଦ୍ର । ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।

Comments (0)
Add Comment