ଚାଲିଗଲା ଅସୁସ୍ତ ବଜ୍ରକାପ୍ତାର ଜୀବନ

ବାରଙ୍ଗ,୮ା୧୦ (ଏସଏସନିଉଜ) ଧଳାବାଘୁଣୀ ରୁପାର ଦ୍ୱିତୀୟ ଗର୍ଭସ୍ଥ ଦୁଇଟି ସନ୍ତାନ ମଧ୍ୟରୁ ଅଣ୍ଡିରା ଛୁଆଟି ଅସୁସ୍ଥ ହୋଇପଡିଥିବାବେଳେ ପୁଣି ରବିବାରଦିନ ଏକ ଅଣ୍ଡିରା ବଜ୍ରକାପ୍ତା ଶନିବାରଠାରୁ ଅସୁସ୍ଥ ହୋଇପଡିଥିଲା ।ଡାକ୍ତରଖାନା ପରିସରରେ ଥିବା ପ୍ରଜଜନ କେନ୍ଦ୍ରରେ ବଜ୍ରକାପ୍ତାଟି ରହିଥିବା ବେଳେ ଠିକ୍ ଭାବେ ଖିଆପିଆ କରିପାରନଥିଲା । ସେ ଦିନକୁଦିନ ଦୁର୍ବଳ ହେବାରେ ଲାଗିଥିଲା।ଏହାଜଣା ପଡିବା ପରେ କର୍ତ୍ତୁପକ୍ଷଙ୍କ ପରାମର୍ଶ କ୍ରମେ ବଜ୍ରକାପ୍ତା ପ୍ରଜନନ କେନ୍ଦ୍ରରେ ବନ୍ୟପ୍ରାଣୀ ଚିକିତ୍ସକଙ୍କ ଦ୍ବାରା ଚିକିତ୍ସା ଆରମ୍ଭ କରାଯାଇଥିଲେ ମଧ୍ୟ ରବିବାର ରାତିରେ ତାର ମୃତୁ ଘଟିଛି ।ତେବେ ପ୍ରଜଜନକେନ୍ଦ୍ର ଦାୟିତ୍ୱରେ ଥିବା ଜୀବବିଜ୍ଞାନୀଙ୍କ କାର୍ଯ୍ୟଦକ୍ଷତାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।ବଜ୍ରକାପ୍ତାଟିର ମୃତୁ ପରେ ଏମାନଙ୍କ ସଂଖ୍ୟା ହ୍ରାସ ପାଇ ୨୫ରେ ପହଂଚିଛି।

Comments (0)
Add Comment