ଭୁବନେଶ୍ୱର,୩୧/୧୦(ଏସଏସ ନିଉଜ) ଯାତ୍ରାମଞ୍ଚରେ ସମସ୍ତଙ୍କୁ ହସାଇହସାଇ ବେଦମ କରୁଥିବା କମେଡିକିଙ୍ଗ ମଣିଭଦ୍ର ବିଶ୍ୱାଳ ଆଜି ନିଜେ ନିଜେ କାନ୍ଦୁଛନ୍ତି ।ରାତିଅନିଦ୍ରା ହୋଇ ମୁହଁରେ ପାଉଡରମାରି ନିଜ ପିଲାମାନଙ୍କୁ ମଣିଷ କରିବାପାଇଁ
ଟଙ୍କା ରୋଜଗାର କରୁଥିଲେ ।କିନ୍ତୁ ସେହି ପୁଆ ଆଜି ପର କରିଦେଲା ।ପୁଅ ନିର୍ଯାତନା ଦେଇ ଘରୁ ତଡ଼ିଦେବାରୁ ତାଙ୍କର ନୂଆ ଠିକଣା ଏବେ ପାରାଦୀପ ଗଡ ରତ୍ନମାଳୀ ଜେମା ଜରାଶ୍ରମ ହୋଇଛି।